ଆତ୍ମନିର୍ଭର ଭାରତ ସମ୍ପର୍କିତ ସଚେତନତା

ଫୁଲବାଣୀ ଅଫିସ, ୧ା୬- କନ୍ଧମାଳ ଜିଲାର ସମସ୍ତ ବ୍ୟାଙ୍କ ପରିଚାଳକ ଓ ଉଦ୍ୟୋଗୀମାନଙ୍କୁ ନେଇ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀମାନଙ୍କ ଆତ୍ମନିର୍ଭର ଭାରତ ଅଭିଯାନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଶିଳ୍ପ କେନ୍ଦ୍ରର ସାଧାରଣ ପରିଚାଳକ ନୱାଲ କିଶୋର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଦେଶର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରକୁ ସଶକ୍ତ କରିବା ପାଇଁ ଭାରତ ସରକାର ଘୋଷଣା କରିଥିବା ଆତ୍ମ ନିର୍ଭର ଭାରତ ପ୍ୟାକେଜ ଉପରେ ଆଲୋଚନା ହୋଇଥିଲା। ଏହିସବୁ ଉଦ୍ୟୋଗରେ ନିୟୋଜିିତ ଥିବା ଲୋକଙ୍କ ପାଇଁ ୩ ଲକ୍ଷ କୋଟି ଟଙ୍କା ବନ୍ଧକ ଋଣର ବ୍ୟବସ୍ଥା କରାଯାଇଛି। ସେହିପରି ଯେଉଁ ଉଦ୍ୟୋଗୀଙ୍କର ଋଣ ଏନ୍‌.ପି.ଏ ଖାତାରେ ସାମିଲ ହୋଇଛି, ସେମାନଙ୍କୁ ୨୦ ହଜାର କୋଟି ଟଙ୍କାର ଋଣ ଦିଆଯିବା ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ଯେଉଁ ଉଦ୍ୟୋଗୀ ଭଲ କାରବାର କରୁଛନ୍ତି ଏବଂ ବ୍ୟବସାୟ ସଂପ୍ରସାରଣ କରିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ୫୦ ହଜାର କୋଟି ଟଙ୍କାର ସହାୟତା ଓ ସୁଯୋଗ ସୃଷ୍ଟି କରାଯିବ। ୨୦୦ କୋଟି ଟଙ୍କା ପର୍ଯ୍ୟନ୍ତ କ୍ରୟବିକ୍ରୟ ପାଇଁ ଗ୍ଲୋବାଲ୍‌ ଟେଣ୍ଡର କରାଯିବ ନାହିଁ। ଏହି ସବୁ ଉଦ୍ୟୋଗର ପରିଭାଷା ମଧ୍ୟ ବଦଳିଯାଇଛି। ପୂର୍ବରୁ ମାନଦଣ୍ଡ ପ୍ଲାଣ୍ଟ ଓ ମେଶିନାରି କିମ୍ବା ଇକ୍ୟୁପ୍‌ମେଣ୍ଟରେ ନିବେଶ ଥିବାବେଳେ ଏବେ ଏହା ହେଲା ନିବେଶ ଓ ବାର୍ଷିକ କାରବାର। ନିର୍ମାଣ ଏବଂ ସେବା ଉଦ୍ୟୋଗ ବିଭାଗର ଅଣୁ ଉଦ୍ୟୋଗୀମାନଙ୍କ ପାଇଁ ନିବେଶ ୧ କୋଟି ପର୍ଯ୍ୟନ୍ତ ଓ ବାର୍ଷିକ କାରବାର ୫ କୋଟି ପର୍ଯ୍ୟନ୍ତ ରଖାଯାଇଛି ା କ୍ଷୁଦ୍ର ଉଦ୍ୟୋଗୀମାନଙ୍କ ପାଇଁ ନିବେଶ ୧୦ କୋଟି ପର୍ଯ୍ୟନ୍ତ ଓ ବାର୍ଷିକ କାରବାର ୫୦ କୋଟି ପର୍ଯ୍ୟନ୍ତ ଏବଂ ମଧ୍ୟମ ଉଦ୍ୟୋଗୀମାନଙ୍କ ପାଇଁ ନିବେଶ ୨୦ କୋଟି ପର୍ଯ୍ୟନ୍ତ ଓ ବାର୍ଷିକ କାରବାର ୧୦୦ କୋଟି ପର୍ଯ୍ୟନ୍ତ ରଖାଯାଇଛି। ବ୍ୟବସାୟ ଓ କର୍ମଚାରୀମାନଙ୍କ ୩ ମାସର ଇ.ପି.ଏଫ୍‌. ସହାୟତା ପାଇଁ ୨ ହଜାର ୫୦୦ କୋଟି ଟଙ୍କା ବ୍ୟବସ୍ଥା, ବ୍ୟବସାୟ ଓ କର୍ମଚାରୀମାନଙ୍କର କମ୍‌ ହୋଇଯାଇଥିବା ୩ ମାସର ଇ.ପି.ଏଫ୍‌. ନଗଦ ଜମା ଆକାରରେ ୬ ହଜାର ୭୫୦ କୋଟି ଟଙ୍କା ବ୍ୟବସ୍ଥା ସହିତ ଅନ୍ୟାନ୍ୟ ସୁବିଧା ଓ ସୁଯୋଗ ସୃଷ୍ଟି କରାଯାଇଛି। ବୈଠକରେ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ବି. କେ. ମାନ୍ଧାତା, ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ଏସ୍‌. ରାଓ, ସାଉଥ୍‌କୋ ନିର୍ବାହୀ ଯନ୍ତ୍ରୀ ମନୋଜ କୁମାର ମହାନ୍ତିି, ବ୍ରହ୍ମପୁର ସ୍ଥିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ସହକାରୀ ପରିବେଶ ଯନ୍ତ୍ରୀ ମହେଶ୍ୱର ବେହେରା, ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଉପ-ଆୟୁକ୍ତ ବିଭୁଦତ୍ତ ଆଚାରୀ, ଅଗ୍ରଣୀ ବ୍ୟାଙ୍କର ବିଭାଗୀୟ ସାକ୍ଷର ପରାମର୍ଶଦାତା ଇଜିକ୍ଷା ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଜିଲା ଶିଳ୍ପ କେନ୍ଦ୍ରର ସହକାରୀ ପରିଚାଳିକା ସୁଷମା କରାଲୀ ଓ ଶିଳ୍ପ ବିକାଶ ଅଧିକାରୀ ଦେବରାଜ ସାହୁ ତଥ୍ୟ ଉପସ୍ଥାପନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ଉତ୍ସାହିତ ଭାଜପା କର୍ମକର୍ତ୍ତା: ଗାଁ ଗାଁରେ ସରକାରୀ ଯୋଜନା ପହଞ୍ଚାଇବା ଲକ୍ଷ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ଏବେ ରାଜ୍ୟ ଓ କେନ୍ଦ୍ରରେ ଭାଜପା ସରକାର ଶାସନ କରୁଛି। ସେହିପରି କନ୍ଧମାଳ ସଂସଦୀୟ କ୍ଷେତ୍ର ମଧ୍ୟ ଭାଜପା ହାତରେ ରହିଛି। ଏହି ପ୍ରରିପ୍ରେକ୍ଷୀରେ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri