Posted inଖେଳ

ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ଏହି ଭାରତୀୟ କ୍ରିକେଟର

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଡିପ୍ରେସନର ଶିକାର ହୋଇ ସେ ଆତ୍ମହତ୍ୟା କରିଥିବା ଆଲୋଚନା ହେଉଛି। ବଲିଉଡ୍‌ଠାରୁ କ୍ରୀଡାଜଗତର ସେଲିବ୍ରିଟିମାନେ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ଏଥିରେ ସାମିଲ ହୋଇଛନ୍ତି ରବିନ୍‌ ଉଥାପ୍ପା। ସେ ସୁଶାନ୍ତଙ୍କ ମୃତ୍ୟୁ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଡିପ୍ରେସନ୍‌ ଗୋଟିଏ ଏମିତି ରୋଗ ଯାହାର ଶିକାର ହେଲେ ମଣିଷ କିଛି ବି କରିବାକୁ ବାଧ୍ୟ ହୋଇଥାଏ। ୨୦୦୭ରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ର ପ୍ରାରମ୍ଭିକ ସଂସ୍କରଣରେ ଭାରତକୁ ଚାମ୍ପିୟନ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ରବିନ୍‌ ଉଥାପ୍ପା ଏକଦା ମାନସିକ ଦୁଶ୍ଚିନ୍ତାର ଶିକାର ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। କ୍ୟାରିୟରରେ ୨ ବର୍ଷ ସେ ଏ ଭଳି ମାନସିକ ଚାପ ଦେଇ ଗତି କରି ଆସୁଥିଲେ। ସେ ବାଲକୋନୀରୁ ଡେଇଁ ଆତ୍ମହତ୍ୟା କରିବାକୁ ଚିନ୍ତା କରୁଥିଲେ। ତେବେ ଏହି ଦୁଃସମୟରେ କ୍ରିକେଟ ହିଁ ତାଙ୍କୁ ଏଥିରୁ ନିବୃତ୍ତ ରହିବାକୁ ସାହସ ଦେଇଥିଲା ବୋଲି ଉଥାପ୍ପା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦୦ ଲୋକଙ୍କ ମୃତ୍ୟୁ ପରେ ଏବେ ହେବ ଆଲୋଚନା! ଲେବାନନ ଉପରେ ଆକ୍ରମଣ ମଧ୍ୟରେ ଇସ୍ରାଏଲର ୟୁ-ଟର୍ଣ୍ଣ

ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣର କିଛି ଦିନ ପରେ, ଦୁଇ ଦେଶ ମଧ୍ୟରେ ଆଲୋଚନା ପାଇଁ ପ୍ରସ୍ତୁତି ଚାଲିଛି। ଏହା ଉଲ୍ଲେଖନୀୟ ଯେ ଯୁଦ୍ଧବିରତି ଘୋଷଣା ପରଠାରୁ,…

ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri