ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ: ୨ ପ୍ରାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭଦ୍ରକ ଅଫିସ, ୨୧।୪ – ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୯ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗଙ୍କ ଦ୍ୱାରା ଗତ ମାର୍ଚ୍ଚ ୧୦ରୁ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ଭାଜପାର ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ଓ ଭଦ୍ରକ ବିଧାନସଭା ପ୍ରାର୍ଥୀ ଡ.ପ୍ରଦୀପ ନାୟକ ନିର୍ବାଚନ ପ୍ରଚାରରେ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। ସର୍ଜିକାଲ ଷ୍ଟ୍ରାଇକ୍‌ ଓ ହିରୋ ଅଭିନନ୍ଦନ ଶବ୍ଦକୁ ବ୍ୟବହାର କରି ଦୁହେଁ ଏବେ ଅଡୁଆରେ ପଡ଼ିଛନ୍ତି। ଜିଲାପାଳ ତଥା ଭଦ୍ରକ ଲୋକ ସଭା ରିଟର୍ଣ୍ଣିଂ ଅଫିସର ଜ୍ଞାନରଞ୍ଜନ ଦାସ ପ୍ରାର୍ଥୀ ଅଭିମନ୍ୟୁ ଓ ଉପଜିଲାପାଳ ତଥା ଭଦ୍ରକ ବିଧାନସଭା ରିଟର୍ଣ୍ଣିଂ ଅଫିସର ପୀତାମ୍ବର ସାମଲ ପ୍ରାର୍ଥୀ ଡ. ପ୍ରଦୀପଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଏଥିସହ ଅନ୍ୟ ସମସ୍ତ ପ୍ରାର୍ଥୀଙ୍କୁ ମଧ୍ୟ ଏଭଳି କୌଣସି ବିଷୟ ନିଜର ନିର୍ବାଚନ ପ୍ରଚାରରେ ବ୍ୟବହାର ନ କରିବାକୁ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?