ଆଦର୍ଶ ନାଗରିକ ଗଢ଼ି ତୋଳିଥାଏ ଆକାଶ ବାଇଜୁସ୍‌

କଟକ,୩।୨:ଆକାଶ ବାଇଜୁସ୍‌ (କଟକ ସେଣ୍ଟର)ର ଛାତ୍ର ସମ୍ଭବ ମିଶ୍ରଙ୍କୁ ନିକଟରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର (ପିଏମ୍‌ଆର୍‌ବିପି) ସମ୍ମାନରେ ସମ୍ମାନିତ କରାଯାଇଛି। ବିଶେଷକରି କଳା ଓ ସଂସ୍କୃତି କ୍ଷେତ୍ରରେ ଅତୁଳନୀୟ ସଫଳତା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିକଟରେ ସମ୍ଭବଙ୍କୁ ଉକ୍ତ ସମ୍ମାନ ପ୍ରଦାନ କରିଥିଲେ। ଏଥିରେ ଏକ ଲକ୍ଷ ଟଙ୍କାର ନଗଦ ପୁରସ୍କାର ଓ ଏକ ସାର୍ଟିଫିକେଟ୍‌ ମଧ୍ୟ ସାମିଲ ରହିଛି। ଏହି ପରିପ୍ରେକ୍ଷୀରେ ଆକାଶ ବାଇଜୁସ୍‌ର କଟକ ସେଣ୍ଟର ପକ୍ଷରୁ ଗୁରୁବାର ଏକ ସ୍ବତନ୍ତ୍ର ସମ୍ବର୍ଦ୍ଧନା ସଭାର ଆୟୋଜନ କରି ସମ୍ଭବଙ୍କୁ ମାନପାତ୍ର ସହ ସମ୍ବର୍ଦ୍ଧିତ କରାଯାଇଥିଲା।
ଏ ସମ୍ପର୍କରେ ଆକାଶ ବାଇଜୁସ୍‌ର ଆଞ୍ଚଳିକ ନିର୍ଦ୍ଦେଶକ ଅଜୟ ବାହାଦୁର ସିଂହ କହିଛନ୍ତି, ଆକାଶ ବାଇଜୁସ୍‌ରେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ଶିକ୍ଷା ସହ ସେମାନଙ୍କର କ୍ୟାରିୟର ଲକ୍ଷ୍ୟ ହାସଲ କରିବାରେ ସାହାଯ୍ୟ କରିବା ବ୍ୟତୀତ ଭବିଷ୍ୟତର ଆଦର୍ଶ ନାଗରିକ ଗଢ଼ି ତୋଳିବା ବା ପରିଣତ ହେବାରେ ସାହାଯ୍ୟ କରିବା ପାଇଁ ଆମେ ଏକ ଦାୟିତ୍ୱକୁ ଅନୁଭବ କରିଛୁ। ଏପରିକି ଆମେ ସମ୍ଭବଙ୍କ ଭଳି ଜଣେ ମେଧାବୀ ଛାତ୍ରଙ୍କ ସହ ଜଡିତ ହୋଇ ଗର୍ବ ଅନୁଭବ କରୁଛୁ। ସେହିଭଳି ଏତେ କମ୍‌ ବୟସରୁ ସେ ଯାହା କରି ଦେଖାଇଛନ୍ତି, ତାହା ବାସ୍ତବରେ ପ୍ରେରଣାଦାୟକ ଓ ପ୍ରଶଂସନୀୟ । ସେହିପରି ଆମେ ତାଙ୍କୁ ଉନ୍ନତ କୋଚିଂ ଓ ଅନ୍ୟାନ୍ୟ ଆବଶ୍ୟକ ଶିକ୍ଷା ସହାୟତା ପ୍ରଦାନ କରି ତାଙ୍କର ଅଧ୍ୟୟନରେ ସହଯୋଗ ପାଇଁ ତାଙ୍କ ସହ ରହିବାକୁ ପ୍ରତିବଦ୍ଧ ରହିଛୁ। ବିଶେଷ କରି ଆମେ ସମ୍ଭବଙ୍କୁ ତାଙ୍କର ଭବିଷ୍ୟତର ପ୍ରୟାସଗୁଡିକ ପାଇଁ ଶୁଭେଚ୍ଛା ମଧ୍ୟ ଜଣାଉଛୁ। ଅନ୍ୟମାନଙ୍କ ମଧ୍ୟରେ ଆକାଶ ବାଇଜୁସ୍‌ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri