ଭୁବନେଶ୍ୱର,୨୪।୬ (ବ୍ୟୁରୋ): ଓଡ଼ିଶା ପାଓ୍ବାର ଜେନେରେଶନ ଲିମିଟେଡ୍(ଓପିଜିସି)ର ୪୯% ଅଂଶଧନ ପ୍ରମୁଖ ଘରୋଇ କ୍ଷେତ୍ର ଶକ୍ତି ଉତ୍ପାଦନକାରୀ କମ୍ପାନୀ ଆଦାନୀ ପାଓ୍ବାର ଲିମିଟେଡ୍ (ଏପିଏଲ୍) ନିକଟକୁ ଯିବ। ଏଥିଲାଗି ଓପିଜିସିର ଅନୁବନ୍ଧିତ ସଂସ୍ଥା ଏଇଏସ୍ କର୍ପୋରେଶନ ସହ ଆଦାନୀ ଶେୟାର ବିକ୍ରି ଏବଂ କ୍ରୟ ଚୁକ୍ତି (ଏସ୍ଏସ୍ପିଏ)ରେ ସାମିଲ ହୋଇଥିବା ଜଣାପଡ଼ିଛି। ଏହାଦ୍ୱାରା ଆଦାନୀ ଏଇଏସ୍ର ଓପିଜିସି ହୋଲ୍ଡିଂ ଏବଂ ଇଏସ୍ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ର ଓପିଜିସିରେ ଥିବା ୮୯, ୩୦,୨୭୩ ଇକ୍ୱିଟି ଶେୟାରକୁ ଅଧିଗ୍ରହଣ କରିବ। ଅଧିଗ୍ରହଣର ମୋଟ ମୂଲ୍ୟ ପ୍ରାୟ ୧୦୦୦ କୋଟି ଟଙ୍କା ହେବ ବୋଲି ପ୍ରକ୍ରିୟା ସହ ଜଡ଼ିତ ଜଣେ ଅଧିକାରୀ ମଙ୍ଗଳବାର ସୂଚନା ଦେଇଛନ୍ତି।
ଝାରସୁଗୁଡ଼ା ଜିଲା ବନହରପାଲିରେ ଓପିଜିସି ୧୭୪୦ ମେଗାଓ୍ବାଟ କ୍ଷମତା ବିଶିଷ୍ଟ ପ୍ଲାଣ୍ଟ ପରିଚାଳନା କରୁଛି। ଉକ୍ତ ପ୍ଲାଣ୍ଟରେ ଆଦାନୀ ବର୍ତ୍ତମାନ ଅଂଶୀଦାର ହୋଇଛି। ଫଳରେ ଓଡ଼ିଶାକୁ ଶକ୍ତି ଯୋଗାଣ କରିବା କ୍ଷେତ୍ରରେ ଆଦାନୀ କାର୍ଯ୍ୟ କରିବ ବୋଲି ସୂଚନା ରହିଛି। ସୁଲଭ ମୂଲ୍ୟରେ ବିଦ୍ୟୁତ୍ ଉତ୍ପାଦନ କ୍ଷେତ୍ରରେ ଉକ୍ତ ୟୁନିଟ କାର୍ଯ୍ୟ କରୁଛି। ଉକ୍ତ ୟୁନିଟରେ କମ୍ ପ୍ରଦୂଷଣ ସହ ୧୩୨୦ ମେଗାଓ୍ବାଟ୍ର ସୁପର କ୍ରିଟିକାଲ ଫାସିଲିଟିକୁ ନିକଟରେ କାର୍ଯ୍ୟକ୍ଷମ କରାଯାଇଛି। ନିକଟବର୍ତ୍ତୀ କ୍ୟାପ୍ଟିଭ ଖଣିଗୁଡ଼ିକରୁ ଜାଳେଣି କୋଇଲା ଏହି ପ୍ଲାଣ୍ଟକୁ ଯୋଗାଣ ହେଉଛି। ଏହାବାଦ ରାଜ୍ୟ ସରକାରଙ୍କ ଗ୍ରୀଡ୍କୋ ସହ ୨୫ ବର୍ଷର ଦୀର୍ଘମିଆଦୀ ଶକ୍ତି କ୍ରୟ ଚୁକ୍ତି(ପିପିଏ)ରେ ଉକ୍ତ ପ୍ଲାଣ୍ଟ ସାମିଲ ହୋଇଛି।
ଓପିଜିସିର ବଳକା ୫୧% ଅଂଶ ଓଡ଼ିଶା ସରକାରଙ୍କ ନିକଟରେ ରହିବ ବୋଲି ଜଣାପଡ଼ିଛି। ଉକ୍ତ ଅଧିଗ୍ରହଣ ଚୁକ୍ତି ଦ୍ୱାରା ଆଦାନୀ ପ୍ରଥମକରି ରାଜ୍ୟର ଶକ୍ତି ଯୋଗାଣ କ୍ଷେତ୍ରରେ ପ୍ରବେଶ କରିଛି। ଦୀର୍ଘମିଆଦୀ ଭିତ୍ତିରେ ଓଡ଼ିଶାରେ ଉଚ୍ଚ ଗୁଣବତ୍ତା ଭିତ୍ତିଭୂମି ନିର୍ମାଣ ଏବଂ ପରିଚାଳନା ଏବଂ ରାଜ୍ୟ ସରକାରଙ୍କ ସହ ମିଳିତ ହୋଇ କାମ କରିବାକୁ ଉଦ୍ୟମ ଜାରି ରହିବ ବୋଲି ଆଦାନୀ ଗ୍ରୁପ୍ ପକ୍ଷରୁ କୁହାଯାଇଛି। ସେହିଭଳି ଘରୋଇ ବଜାରରେ ଶକ୍ତ ସଂରକ୍ଷଣ ଏବଂ ଅଣପାରମ୍ପରିକ ଶକ୍ତି ଯୋଗାଣ ଦିଗରେ ଆଦାନୀ ଗ୍ରୁପ୍ ଏବଂ ଏଇଏସ୍ ମିଳିତ ହୋଇ କାମ କରିବେ। ରାଜ୍ୟରେ ସେବା ଯୋଗାଣ ନେଇ କମ୍ପାନୀ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କଠାରୁ ସମସ୍ତ ପ୍ରକାର ଆନୁଷଙ୍ଗିକ ମଞ୍ଜୁରୀ ଲାଭ କରିଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ୨୦୧୭, ୨୦୧୮ ଏବଂ ୨୦୧୯ ଆର୍ଥତ୍କ ବର୍ଷରେ ଓପିଜିସିର ମୋଟ ଆୟ ଯଥାକ୍ରମେ ୭୫୮.୦୯ କୋଟି, ୬୧୩.୩୬ କୋଟି ଏବଂ ୮୮୭.୭୧ କୋଟି ଟଙ୍କା ରହିଛି।
ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…
କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...
ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…
ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...
ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ
ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...
ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ
ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...
ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର
ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...
ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି
ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି E-KYC ଅବଧି...
ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC
ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...
Archives


