ଆଦିବାସୀଙ୍କ ଧାରଣା ପ୍ରତ୍ୟାହୃତ

ପାତ୍ରପୁର,୨୮ା୧୧(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ତୁମ୍ବା, ବୁରାତାଲ ଓ ଆଙ୍କୁଲି ପଞ୍ଚାୟତବାସୀ ତିତ୍‌ଲି ବାତ୍ୟା ପରବର୍ତ୍ତୀ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଠାରୁ ତହସିଲ କାର୍ଯ୍ୟାଳୟ ଆଗରେ ଦେଇଥିବା ଧାରଣା ବୁଧବାର ସନ୍ଧ୍ୟାରେ ଉପଜିଲାପାଳଙ୍କ ଲିଖିତ ପ୍ରତିଶ୍ରୁତି ପରେ ପ୍ରତ୍ୟାହୃତ ହୋଇଛି।
ପ୍ରକାଶ ଯେ, ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଠାରୁ ସମ୍ପୃକ୍ତ ଗ୍ରାମବାସୀ ଧାରଣା ଦେଇଥିଲେ। ବୁଧବାର ଦ୍ୱିତୀୟ ଦିନରେ ମଶାଣିବାଡ଼ ଗ୍ରାମର କୀର୍ତ୍ତି ବେହେରା ଓ ଆଙ୍କୁଲି ଗ୍ରାମର ଭଗବାନ ବେହେରା ଧାରଣାସ୍ଥଳରେ ଅଚେତ ହୋଇପଡିଥିବାବେଳେ ତାଙ୍କୁ ମେଡ଼ିକାଲ ନିଆଯାଇଥିଲା। ସନ୍ଧ୍ୟା ପର୍ଯ୍ୟନ୍ତ ଆନ୍ଦୋଳନକାରୀ ଆଦିବାସୀ ଓ ପ୍ରଶାସନ ମଧ୍ୟରେ ବୁଝାମଣା ଜାରି ରହିଥିଲା ା ତିତ୍‌ଲିକୁ ବୁଧବାର ବର୍ଷେ ପୁରିଥିଲେ ମଧ୍ୟ କ୍ଷତିଗ୍ରସ୍ତଙ୍କୁ ସହାୟତା ମିଳିନାହିଁ। ଅଭିଯୋଗ କଲେ ମଧ୍ୟ ପ୍ରଶାସନ ଶୁଣୁନାହିଁ ବୋଲି ଆଦିବାସୀ ମାନେ ପ୍ରକାଶ କରିଥିଲେ। ବୁଧବାର ସନ୍ଧ୍ୟାରେ ତହସିଲଦାର ମନୋଜ ପ୍ରଭାକର କୁଜୁର୍‌ ଉପଜିଲାପାଳ ଧାରଣାସ୍ଥଳରେ ପହଞ୍ଚତ୍ ଆଦିବାସୀଙ୍କ ସହ ଆଲୋଚନା ଆରମ୍ଭ କରିଥିଲେ। ଆସନ୍ତା ୧୫ ଦିନ ମଧ୍ୟରେ ତଦନ୍ତ କରି କ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତା ଯୋଗାଇଦେବାକୁ ଉପଜିଲାପାଳଙ୍କ ଏକ ଚିଠିକୁ ଧରି ତହସିଲଦାର ପହଞ୍ଚତ୍ ଆଦିବାସୀଙ୍କ ସହ ଆଲୋଚନା କରିଥିଲେ। ୧୫ ଦିନ ମଧ୍ୟରେ ସହାୟତା ନମିଳିଲେ ପୁଣି ଧାରଣା ଦିଆଯିବ ବୋଲି ଆଦିବାସୀ ମାନେ ନିଷ୍ପତ୍ତି ନେଇ ଧାରଣା ପ୍ରତ୍ୟାହାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri