ଆଦିବାସୀ ଛାତ୍ରୀ ହଷ୍ଟେଲ ଛାଡ଼ିବା ଘଟଣା: ତଦନ୍ତ କଲେ ଉପଜିଲାପାଳ

ପାଲଲହଡା,୧୩।୧୧(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ନଗିରା ପଞ୍ଚାୟତରେ ଥିବା ସିବିଡ଼ା ଶିକ୍ଷା ନିକେତନର ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଛାତ୍ରୀ ସୋମବାର ହଷ୍ଟେଲ ଛାଡିବା ଘଟଣାରେ ମଙ୍ଗଳବାର ପାଲଲହଡ଼ା ଉପଜିଲାପାଳ ଅଜିତ କୁମାର ପ୍ରଧାନ ସେଠାକୁ ଯାଇ ତଦନ୍ତ କରିଛନ୍ତି। ଛାତ୍ରୀମାନଙ୍କୁ ପୁଣି ଥରେ ହଷ୍ଟେଲକୁ ଫେରାଇ ଆଣିବା ପାଇଁ ପ୍ରଶାସନ ବ୍ୟବସ୍ଥା କରିଥିଲେ ମଧ୍ୟ ଅଭିଭାବକମାନେ ମାନି ନ ଥିଲେ।
ଶିକ୍ଷା ନିକେତନରେ ଲାଗି ରହିଥିବା ସମସ୍ୟାର ସମାଧାନ ନ ହେବା ପର୍ଯ୍ୟନ୍ତ ଛାତ୍ରୀମାନେ ହଷ୍ଟେଲକୁ ଯିବେ ନାହିଁ ବୋଲି ଅଭିଭାବକମାନେ ମନା କରିଦେଇଥିବା ଜଣାପଡ଼ିଛି। ଏ ସମ୍ପର୍କରେ ଉପଜିଲାପାଳ ପ୍ରଧାନ କହିଛନ୍ତି, ଶିକ୍ଷାନିକେତନରେ ବର୍ତ୍ତମାନ ୨୭ ଜଣ ଛାତ୍ରୀ ଅଛନ୍ତି। ହଷ୍ଟେଲ ଛାଡି ଚାଲିଯାଇଥିବା ଛାତ୍ରୀମାନଙ୍କୁ ପୁଣି ବିଦ୍ୟାଳୟକୁ ଫେରାଇ ଆଣିବା ପାଇଁ ଅଭିଭାବକମାନଙ୍କ ସହ ଆଲୋଚନା ଚାଲିଛି। ଖୁବଶୀଘ୍ର ସମସ୍ତ ଛାତ୍ରୀ ଛାତ୍ରୀନିବାସକୁ ଫେରିବେ। ଏଥିସହିତ ଲାଗି ରହିଥିବା ସମସ୍ୟାର ସମାଧାନ କରାଯିବ ବୋଲି ଉପଜିଲାପାଳ ପ୍ରକାଶ କରିଛନ୍ତି। ପାଉଡିଭୁୟାଁ ଉନ୍ନୟନ ସଂସ୍ଥାର ସ୍ବତନ୍ତ୍ର ଅଧିକାରୀ ଉଦିତ କୁମାର ପୁରୋହିତ, ବ୍ଲକ ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପରିଡା, ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ଦାଶରଥୀ ଶୁଣ୍ଢି ପ୍ରମୁଖ ଉପସ୍ଥିତ ଥିଲେ। ପ୍ରକାଶଥାଉ କି, ଦୀର୍ଘଦିନରୁ ଏହି ଶିକ୍ଷା ନିକେତନରେ ମୌଳିକ ସୁବିଧା ପାଇବା ପାଇଁ ଅନ୍ତେବାସୀମାନେ ବାରମ୍ବାର ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପାଖରେ ଅଭିଯୋଗ କରି ଆସୁଥିଲେ। ହେଲେ କୌଣସି ସୁଫଳ ମିଳୁ ନ ମିଳିବରୁ ଏହାର ପ୍ରତିବାଦରେ ସୋମବାର ଅଭିଭାବକମାନେ ବିଦ୍ୟାଳୟ ନିକଟରେ ଏକଜୁଟ ହୋଇ ଏକ ବୈଠକ କରିଥିଲେ। ଏଥିସହ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଙ୍କୁ ହଷ୍ଟେଲରୁ ନେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?