ସୁନ୍ଦରଗଡ଼/ବାଲିଶଙ୍କରା, ୨୬।୪(ଡି.ଏନ୍.ଏ)-ସୁନ୍ଦରଗଡ଼ ଜିଲା ତଳସରା ଥାନା ବନଡେଗା ଫାଣ୍ଡି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଗୁରୁବାର ଏନେଇ ବନଡ଼େଗା ଫାଣ୍ଡିରେ ଅଭିଯୋଗ ହୋଇଛି। ଏତଲା ପରେ ପୋଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ନାବାଳିକାଙ୍କ ଡାକ୍ତରୀମାଇନା କରାଯାଇଛି। ଏହି ମାମଲାର ତଦନ୍ତ ଭାର ଜଣେ ଅତିରିକ୍ତ ଏସ୍ପିଙ୍କୁ ଦିଆଯାଇଛି। ପୀଡିତା ନାବାଳିକା ତାଙ୍କ ଏତଲାରେ ଦର୍ଶାଇଛନ୍ତି ଯେ, ବୁଧବାର ସନ୍ଧ୍ୟାରେ ସେ ତାଙ୍କ ମାମୁ ଘରୁ ଜଣେ ସମ୍ପର୍କୀୟ ଭାଇଙ୍କ ସହିତ ଘରକୁ ଫେରୁଥିଲେ। ନିଛାଟିଆ ରାସ୍ତାରେ ଅନ୍ୟ ଏକ ସମ୍ପ୍ରଦାୟର ୩ ଜଣ ଯୁବକ ବାଇକ୍ ଯୋଗେ ଆସି ସେମାନଙ୍କୁ ଅଟକାଇଥିଲେ। ଜଣେ ଯୁବକ ତାଙ୍କ ଭାଇକୁ ଅଟକାଇଥିବାବେଳେ ଅନ୍ୟ ୨ଯୁବକ ନାବାଳିକାକୁ ଟେକିନେଇ ଜଙ୍ଗଲ ମଧ୍ୟରେ ବଳାତ୍କାର କରିଥିଲେ। ପରେ ୩ ଯୁବକ ଫେରାର୍ ହୋଇଯାଇଥିଲେ। ଘଟଣା ସମ୍ପର୍କରେ ସମ୍ପର୍କୀୟ ଭାଇଙ୍କ ସହିତ ଆସି ସକାଳେ ଫାଣ୍ଡିରେ ଅଭିଯୋଗ କରିଥିଲେ।
ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା
ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...
ଅଧା ରହିଗଲା ସମଲେଶ୍ୱରୀ ଦର୍ଶନ, ଟୁରିଷ୍ଟ ବସ ଓଲଟି ୧୫ ଆହତ
ସମ୍ବଲପୁର, ୨୭।୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଜାତୀୟ ରାଜପଥ(୫୫) ଉପରେ ଗୁରୁବାର ଭୋରରେ ଏକ ଟୁରିଷ୍ଟ ବସ ଦୁର୍ଘଟଣାର...
ଓଡ଼ିଶାରେ ‘ବଙ୍ଗଳାଦେଶୀ’ ସନ୍ଦେହରେ ବଙ୍ଗୀୟ ଶ୍ରମିକଙ୍କୁ ପିଟିପିଟି ହତ୍ୟା, ୬ ଅଭିଯୁକ୍ତ ଗିରଫ
ସମ୍ବଲପୁର,୨୬।୧୨(ପ୍ରମୋଦ ବହିଦାର): ସମ୍ବଲପୁରର ଦାନିପାଲିଠାରେ ‘ବଙ୍ଗଳାଦେଶୀ’ ସନ୍ଦେହ କରି ପଶ୍ଚିମବଙ୍ଗର ଶ୍ରମିକ ଶେଖ୍ ଜୁଏଲ୍ (୨୨)ଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଗୁରୁବାର ୬ ଜଣ...
ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…
ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...
ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍
ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍ ଯାଉଥିବା ବେଳେ...
ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ
ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...
ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ
ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...
ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍ ରାଲି
ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...
Archives


