ଆଦିବାସୀ ହଷ୍ଟେଲକୁ ଆଇଏସ୍‌ଓ ମାନ୍ୟତା : ଓଡ଼ିଶା ପ୍ରଥମ ରାଜ୍ୟ

ଭୁବନେଶ୍ୱର (ବ୍ୟୁରୋ)/କେନ୍ଦୁଝର (ସ୍ବପ୍ର/ଡି.ଏନ୍‌.ଏ.)୧୨।୬: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ମିଶନ ସୁବିଦ୍ୟା’ ଆରମ୍ଭ କରାଯାଇଛି। ରାଜ୍ୟର ସମସ୍ତ ଆଦିବାସୀ ହଷ୍ଟେଲରେ ସମାନ ଧରଣର ଭିତ୍ତିଭୂମି, ସୁବିଧା ସୁଯୋଗ ଓ ମାନବ ସମ୍ବଳ ସୃଷ୍ଟି ଏହାର ମୁଖ୍ୟ ଉଦ୍ଦେଶ୍ୟ। କ୍ବାଲିଟି କଣ୍ଟ୍ରୋଲ ଅଫ୍‌ ଇଣ୍ଡିଆ ସହାୟତାରେ, ଏସ୍‌ଟିଏସ୍‌ସି ଉନ୍ନୟନ ବିଭାଗ ଅନ୍ତର୍ଭୁକ୍ତ ସମସ୍ତ ହଷ୍ଟେଲର ବ୍ୟାପକ ଆକଳନ ଓ ମୂଲ୍ୟାୟନ କରାଯାଇଛି। ଆଇଏସ୍‌ଓ ୯୦୦୧:୨୦୧୫ ପ୍ରମାଣପତ୍ର ପ୍ରାପ୍ତି ନିମନ୍ତେ ହଷ୍ଟେଲଗୁଡ଼ିକର ଗୁଣାତ୍ମକମାନର ଉନ୍ନତୀକରଣ କରାଯାଇଛି। ଆଦିବାସୀ ହଷ୍ଟେଲଗୁଡ଼ିକ ଆଇଏସ୍‌ଓ ମାନ୍ୟତା ପାଇବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ।
ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର ଓ ସମ୍ବଲପୁର ଜିଲାର ସମସ୍ତ ହଷ୍ଟେଲର ମୂଲ୍ୟାଙ୍କନ କାର୍ଯ୍ୟ ହାତକୁ ନିଆଯାଇଥିଲା। କେନ୍ଦୁଝରର ୧୫୬ ହଷ୍ଟେଲ ମଧ୍ୟରୁ ୬୦ ଓ ସମ୍ବଲପୁରର ୯୦ ହଷ୍ଟେଲ ମଧ୍ୟରୁ ୧୨ଟିକୁ ମନୋନୀତ କରାଯାଇଥିଲା। ତିନିମାସ ମଧ୍ୟରେ କ୍ବାଲିଟି ମାନ୍ୟତା ପାଇବା ଭଳି ହଷ୍ଟେଲଗୁଡ଼ିକୁ ଯୋଗ୍ୟ କରିବା ନିମନ୍ତେ ଦୁଇ ଜିଲାର ଜିଲାସ୍ତରୀୟ ଟିମ୍‌ କଠିନ ପରିଶ୍ରମ କରିଥଲେ। ଗତ ମାର୍ଚ୍ଚରେ ହଷ୍ଟେଲଗୁଡ଼ିକର ମୂଲ୍ୟାଙ୍କନ ନିମନ୍ତେ ଅଡିଟ୍‌ ଟିମ୍‌ କେନ୍ଦୁଝର ଜିଲାର ୩୨ ଏବଂ ସମ୍ବଲପୁରର ୧୨ ହଷ୍ଟେଲ ପରିଦର୍ଶନ କରିଥିଲେ। ସମସ୍ତ ହଷ୍ଟେଲ ଆସେସ୍‌ମେଣ୍ଟ ପାରାମିଟର କ୍ବାଲିଫାଏ କରିଥିଲେ ଏବଂ ଭାରତୀୟ ମାନକ ସଂସ୍ଥା ଦ୍ବାରା ଆଇଏସ୍‌ଓ ମାନ୍ୟତା ପାଇଥିଲେ। ଲକ୍‌ଡାଉନ୍‌ ଓ କୋଭିଡ୍‌ ପରେ ଅବଶିଷ୍ଟ ୨୮ ହଷ୍ଟେଲ ମାନର ମୂଲ୍ୟାୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri