Posted inଜାତୀୟ

ଆଧାର-ରାଶନ କାର୍ଡ ଲିଙ୍କ୍‌: କ୍ଷୁଧାମୃତ୍ୟୁକୁ ନେଇ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୧୦।୧୨(ଆଇଏଏନ୍‌ଏସ୍‌):ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ଥିବା ଅଭିଯୋଗ ସମାଧାନ ବ୍ୟବସ୍ଥାର କାର୍ଯ୍ୟକାରିତାକୁ ନେଇ ସୁପ୍ରିମକୋର୍ଟ ସୋମବାର ସମସ୍ତ ରାଜ୍ୟକୁ ନୋଟିସ ଜାରି କରିଛନ୍ତି। କାହାକୁ ଭୋକିଲା ରଖାଯିବା କେହି ଚାହାନ୍ତି ନାହିଁ ବୋଲି ଅଦାଲତ କହିଛନ୍ତି। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ବି.ଆର୍‌. ଗଭାଇ ଏବଂ ସୂର୍ଯ୍ୟ କାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଥିଲେ ବିକାଶ ସତ୍ତ୍ୱେ କ୍ଷୁଧା ଏକ ବଡ଼ ପ୍ରସଙ୍ଗ ହୋଇ ରହିଛି। ଯଦି ଆଧାର ବ୍ୟବସ୍ଥା ନ ଥାନ୍ତା ତେବେ ଅନ୍ୟ ସମର୍ଥତ୍ତ ଦସ୍ତାବିଜ୍‌ରେ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଖାଦ୍ୟ ସାମଗ୍ରୀ ମିଳିପାରନ୍ତା ବୋଲି ଖଣ୍ଡପୀଠ କହିଥିଲେ। ଚିହ୍ନଟ ଗୁରୁତ୍ୱପୂର୍ଣ୍ଣ, ଆଧାର ନୁହେଁ ବୋଲି ପ୍ରଧାନ ବିଚାରପତି କହିଛନ୍ତି।
ଆଧାର ନ ଥିବା ଲୋକଙ୍କୁ ଖାଦ୍ୟଶସ୍ୟ ମିଳୁ ନ ଥିବା ପିପୁଲ୍ସ ୟୁନିୟନ ଫର୍‌ ସିଭିଲ୍‌ ଲିବର୍ଟି (ପିୟୁସିଏଲ୍‌) ପକ୍ଷରୁ ବରିଷ୍ଠ ଆଇନଜୀବୀ କୋଲିନ ଗନ୍‌ସାଲଭେସ୍‌ ଅଭିଯୋଗ କରିଥିଲେ। ଏହା ସୁପ୍ରିମକୋର୍ଟଙ୍କ ଗାଇଡଲାଇନ୍ସର ବିରୋଧୀ ବୋଲି ସେ କହିଥିଲେ। ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ତାଙ୍କ ଯୁକ୍ତିକୁ ଖଣ୍ଡନ କରିଥବାବେଳେ ଏହା ଅତ୍ୟନ୍ତ ଗୁରୁତର ପ୍ରସଙ୍ଗ ବୋଲି ପ୍ରଧାନ ବିଚାରପତି କହିଥିଲେ। ସମସ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ଖାଦ୍ୟ ସୁରକ୍ଷା ଆଇନର ଧାରା ୧୪ ଓ ୧୬ ଅଧୀନରେ ରାଜ୍ୟଗୁଡିକ କ’ଣ ପଦକ୍ଷେପ ନେଇଛନ୍ତି ଅଦାଲତଙ୍କୁ ଜଣାଇବା ପାଇଁ ଖଣ୍ଡପୀଠ ନୋଟିସ ଜାରି କରିଥିଲେ। ଝାଡ଼ଖଣ୍ଡରେ କ୍ଷୁଧା ମୃତ୍ୟୁକୁ ନେଇ ଜୁନ୍‌ରେ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ତେବେ ତଦନ୍ତରୁ ଏହା କ୍ଷୁଧା ମୃତ୍ୟୁ ନୁହେଁ ବୋଲି ଜଣାପଡିଥିବା ମେହେଟ୍ଟା କୋର୍ଟଙ୍କୁ କହିଥିଲେ। ଖଣ୍ଡପୀଠ ରାଜ୍ୟଗୁଡିକର ଉତ୍ତର ଚାହିଁବା ସହ ମାମଲାର ପରବର୍ତ୍ତୀ ଶୁଣାଣି ୪ ସପ୍ତାହ ପରେ କରିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri