ଆଧାର ସଂଯୋଗ ନ ହେଲେ ମିଳିବନି ରାଶନ ସାମଗ୍ରୀ, ହିତାଧିକାରୀଙ୍କ ପାଖକୁ ଗଲା ଯୋଗାଣ ବିଭାଗ

ବେଗୁନିଆପଡ଼ା,୨୦ା୮(ଡି.ଏନ.ଏ.)-କେହି ଯେଭଳି ଭୋକିଲା ନ ରହିବେ ସେଥିପାଇଁ ଖାଦ୍ୟ ନିରାପତ୍ତା ଆଇନ କାର୍ଯ୍ୟକାରୀ ହୋଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କୁ ରାଶନ କାର୍ଡ ଯୋଗାଇ ଦିଆଯାଇଛି। ୨୦୧୫ରୁ ଏହି ଆଇନ କାର୍ଯ୍ୟକାରୀ ହୋଇଥିଲେ ମଧ୍ୟ ଅଦ୍ୟାବଧି ସମସ୍ତ ଗରିବ ପରିବାର ରାଶନ କାର୍ଡ ପାଇପାରିନାହାନ୍ତି। ଯେତେ କାର୍ଡ ପ୍ରଦାନ କରାଗଲେ ବି ଆବେଦନକାରୀଙ୍କ ସଂଖ୍ୟା କମୁନାହିଁ। ଏହାର କାରଣ ଅନେକ ଭୂତ କାର୍ଡଧାରୀ ରହିଥିବା ହୃଦବୋଧ କରି ସମସ୍ତଙ୍କ ଆଧାର ନଂମ୍ବର ସଂଯୋଗ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଆଧାର ସଂଯୋଗ ପାଇଁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅବଧି ଥିଲେ ମଧ୍ୟ ବେଗୁନିଆପଡ଼ା ବ୍ଲକରେ ଅନେକ ହିତାଧିକାରୀ ସେମାନଙ୍କ ଆଧାର ସଂଯୋଗ କରିନାହାନ୍ତି। ଆଉ ମାତ୍ର ୧୦ ଦିନ ପରେ ଆଧାର ସଂଯୋଗ ନ ହେଲେ ରାଶନ ସାମଗ୍ରୀ ବନ୍ଦ କରାଯିବ ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବ୍ଲକରେ ବର୍ତ୍ତମାନ ୧ଲକ୍ଷ ୭୬୦ଜଣ ରାଶନ କାର୍ଡ ହିତାଧିକାରୀ ଅଛନ୍ତି। ସେଥିମଧ୍ୟରୁ ୯୪ ହଜାର ୨୪୮ ଜଣଙ୍କର ଆଧାର ସଂଯୋଗ ହୋଇଛି। ବଳକା ୬ ହଜାର ୫୧୨ ଜଣ ବର୍ତ୍ତମାନ ସୁଦ୍ଧା ଆଧାର ସଂଯୋଗ କରିନାହାନ୍ତି ବୋଲି ବ୍ଲକ ଯୋଗାଣ ଅଧିକାରୀ ପୁରଞ୍ଜୟ ସାହୁ କହିଛନ୍ତି। ଯୋଗାଣ ବିଭାଗ ପକ୍ଷରୁ ମାଇକ ଦ୍ୱାରା ପ୍ରଚାର, ବ୍ୟାନର ଓ ପୋଷ୍ଟର ମାଧ୍ୟମରେ ସଚେତନ କରାଯାଉଥିଲେ ମଧ୍ୟ ହିତାଧିକାରୀ ସଚେତନ ହେଉ ନ ଥିବାରୁ ବାଧ୍ୟହୋଇ ଯୋଗାଣ ସହାୟକମାନେ ଘର ଘର ବୁଲି ହିତାଧିକାରୀଙ୍କୁ ଆଧାର ସଂଯୋଗ ନିମନ୍ତେ କହୁଛନ୍ତି। ତଥାପି ମଧ୍ୟ ଲୋକେ ସହଯୋଗ କରୁ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?