ଆନନ୍ଦପୁର ଉତ୍ସବମୁଖର : ପୂଜା ପାଉଛନ୍ତି ବିଘ୍ନ ବିନାଶକ

ଆନନ୍ଦପୁର,୨।୯(ସ୍ବ.ପ୍ର.) : ବିଘ୍ନ ବିନାଶକ ଗଣପତିଙ୍କ ପୂଜାର୍ଚ୍ଚନା ପାଇଁ କେନ୍ଦୁଝର ଜିଲାର ଆନନ୍ଦପୁର ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ଶିକ୍ଷାନୁଷ୍ଠାନ ଏବଂ କ୍ଲବରେ ରଙ୍ଗବେରଙ୍ଗର ତୋରଣ ସାଙ୍ଗକୁ ସୁସଜ୍ଜିତ ଗଣିପତିଙ୍କ ମୃଣ୍ମୟ ମୂର୍ତ୍ତି ଶ୍ରଦ୍ଧାଳୁମାନଙ୍କୁ ବେଶ୍‌ ଆକର୍ଷିତ କରିଛି। ସକାଳୁ ଛାତ୍ରୀଛାତ୍ର ନୂତନ ବସ୍ତ୍ର ପରିଧାନ କରି ବିଦ୍ୟାଳୟରେ ଗଣପତିଙ୍କୁ ପୂଜା କରିଛନ୍ତି। ଆନନ୍ଦପୁର ବଡ଼ଦାଣ୍ଡଠାରେ ଜଗନ୍ନାଥ କ୍ଲବ ପକ୍ଷରୁ ସଭାପତି ବିଜୟ କୁମାର ପାଢୀଙ୍କ ସଂଯୋଜନାରେ ପୂଜାର୍ଚ୍ଚନା କରାଯାଇଥିବାବେଳେ ବଜାରସାହିରେ ତ୍ରିଶକ୍ତି କ୍ଲବ, କଲେଜ ସମ୍ମୁଖ ଫ୍ରେଣ୍ଡସ କ୍ଲବ୍‌, ଫକୀରପୁର ମେଡିକାଲ ଛକରେ ବୁଢ଼ା ଗଣେଶଙ୍କ ପୂଜା ଧୂମ୍‌ଧାମରେ ପାଳିତ ହେଉଛି। ଆନନ୍ଦପୁର ମହାବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ରୀନିବାସ, କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟ, କୁଶଳେଶ୍ୱର ଆଞ୍ଚଳିକ ମହାବିଦ୍ୟାଳୟ, ରେକୁଟିଆ, ପତିତ ପାବନ ମହାବିଦ୍ୟାଳୟ ସାଇଁକୁଳ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଆନନ୍ଦପୁର, ପ୍ରାଣବଲ୍ଳଭ ପବ୍ଲିକ ସ୍କୁଲ,ଗୋହିରା, ସୁଡୁସୁଡିଆ ବାଇପାସ୍‌ ଛକ, ସେହିପରି ଘସିପୁରାସ୍ଥିତ କନକ ମଞ୍ଜରୀ ବାଲ ଶିକ୍ଷା ସଂସ୍ଥାନ, ଝାଡ଼େଶ୍ୱର ହାଇସ୍କୁଲ,ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ପୂଜା କାର୍ଯ୍ୟ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri