ଆନନ୍ଦପୁର ବ୍ୟାରେଜ ଗେଟ୍‌ ତଳେ ପଡ଼ି ରହିଛି ଯୁବକଙ୍କ ମୃତଦେହ, ହତ୍ୟା କରାଯାଇଥିବା ସନ୍ଦେହ

ଆନ୍ଦନପୁର,୧।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜର ୫ନଂ ଗେଟ୍‌ ତଳେ ରବିବାର ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏହା ଜଣେ ଯୁବକଙ୍କର ବୋଲି ଅନୁମାନ କରାଯାଉଥିବା ବେଳେ ମୃତଦେହଟି ଫୁଲି ଯାଇଥିବା ଦେଖାଯାଇଛି। ଏଣୁ ୪ରୁ ୫ ଦିନ ଧରି ମୃତଦେହ ପଡ଼ିଥିବା ସନ୍ଦେହ କରାଯାଉଛି। ସକାଳେ ଜଣେ ବ୍ୟକ୍ତି ଶୌଚ ହେବାକୁ ଯାଇଥିବା ସମୟରେ ଏହା ଦେଖିବାକୁ ପାଇଥିଲେ। ଏ ନେଇ ଖବର ଦେବା ପରେ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ସେ ଏକ ହାଫ୍‌ ପ୍ୟାଣ୍ଟ ପିନ୍ଧିଛନ୍ତି। ପେଟେଇ ହୋଇ ପଡ଼ିଥିବାରୁ ତାଙ୍କ ପିଠିରେ ଲାଲ ରଙ୍ଗ ଦାଗ ଥିବା ଦେଖାଯାଉଛି। ଏଣୁ ତାଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରି ତଦନ୍ତ ଆରମ୍ଭ କରିଛି। ମୃତଦେହ ବ୍ୟବଚ୍ଛେଦ ହେବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୋଲିସ କହିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ପୋଲିସ ମୃତକଙ୍କ ପରିଚୟ ପାଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

ବାଙ୍କୀ ସ୍ବୟଂଶାସିତ କଲେଜରେ ବୋମାମାଡ଼; ଝରକା ଭାଙ୍ଗିଲା, କାନ୍ଥ ଫାଟିଲା

ବାଙ୍କୀ,୧୨ା୧୦(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ନିର୍ବାଚନକୁ ନେଇ ରବିବାର ରାତିରେ ବୋମାମାଡ଼ ହୋଇଛି। ବୋମାମାଡ଼ ଫଳରେ କଲେଜ ଆସବାବପତ୍ର ସହ ଝରକା ଏବଂ କବାଟ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?