ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ: ଅଧ୍ୟକ୍ଷଙ୍କ ପ୍ରତିଶ୍ରୁତି ପରେ ସାମୂହିକ ଭାବେ ହଟିଲା

ଆନନ୍ଦପୁର,୫।୧୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ମହାବିଦ୍ୟାଳୟରେ ରହିଥିବା କେତେକ ମୌଳିକ ସମସ୍ୟାର ସମାଧାନ ପାଇଁ ପୂର୍ବରୁ ଜିଲାପାଳଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ସେମାନେ ସମୂହ ଶ୍ରେଣୀଗୃହ ବର୍ଜନ କରିବା ସହିତ ମହାବିଦ୍ୟାଳୟ ଫାଟକରେ ତାଲା ପକାଇଦେଇଥିଲେ। ପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ତାଙ୍କ ସୀମା ପରିସରରେ ରହିଥିବା କେତେକ ମୌଳିକ ସମସ୍ୟାର ସମାଧାନ କରିବା ପାଇଁ ଗୋଟିଏ ସପ୍ତାହ ସମୟ ମାଗିବା ପରେ ସାମୂହିକ ଭାବେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ଆଇନଶୃଙ୍ଖଳା ଦୃଷ୍ଟିରୁ ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଛାତ୍ରୀଛାତ୍ରଙ୍କଠାରୁ ଆଦାୟ ହେଉଥିବା ଡେଭଲପମେଂଟ ଫି’ ଦୂରୁପଯୋଗ, ପାନୀୟ ଜଳ, ଶ୍ରେଣୀ ଗୃହରେ ପଙ୍ଖା, ଭଲ ଚେୟାର ଟେବୁଲ, କଲେଜ ପରିସରରେ ରହିଥିବା ଅସ୍ବାସ୍ଥ୍ୟକର ପରିବେଶ, କଲେଜ ପରିସରରେ ସୁରକ୍ଷା ବ୍ୟବସ୍ଥା, କଲେଜରେ ହେଉଥିବା ଉନ୍ନୟନ କାର୍ଯ୍ୟରେ ବ୍ୟାପକ ଅନିୟମିତତା, କଲେଜ ପରିସରରେ ଛାତ୍ରୀଛାତରଙ୍କ ପାଇଁ ଶୌଚାଳୟର ବ୍ୟବସ୍ଥା ଆଦି ସମସ୍ୟା ନେଇ ଗତ ୨୧ ତାରିଖରେ ଜିଲାପାଳଙ୍କୁ ଅବଗତ କରାଯାଇଥିଲା। ହେଲେ ଏହା ଉପରେ କୌଣସି ଧ୍ୟାନ ନ ଦିଆଯିବାରୁ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ପରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ରାଜେନ୍ଦ୍ର ନାରାୟଣ ଦାଶଙ୍କ ଅଧ୍ୟକ୍ଷତାରେ ଏକ ଜରୁରି ବୈଠକ ଡକାଯାଇଥିଲା। ବୈଠକର ନିଷ୍ପତ୍ତି ମୁତାବକ ଅଧ୍ୟକ୍ଷ ଦାଶଙ୍କ ସମେତ ଅନ୍ୟ ଅଧ୍ୟାପକମାନେ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କୁ ବୁଝାସୁଝା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା। ତେବେ ପ୍ରତିଶୃତି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପୂରଣ କରା ନ ଗଲେ ଛାତ୍ରୀଛାତ୍ରମାନେ ପୁନର୍ବାର ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?