ଆନୁଷଙ୍ଗିକ ବ୍ୟବସ୍ଥା ସହ ସଜାଗ ରୁହ

ଅନୁଗୋଳ ଅଫିସ, ୨୯।୫- ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ମୌସୁମୀ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ଠିକ୍‌ ମୁକାବିଲା ପାଇଁ ବିଭିନ୍ନ ବିଭାଗ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା ସହ ସଜାଗ ରହିବାକୁ ଜିଲାପାଳ ବୈଠକରେ ନିର୍ଦ୍ଦେଶ ଦେଇଥିଲେ। ଏପରି କି ବନ୍ୟା ପରିସ୍ଥିତି ସୃଷ୍ଟି ହେଲେ ମଧ୍ୟ ଜନସାଧାରଣଙ୍କର ଯେପରି ସର୍ବନିମ୍ନ କ୍ଷତି ହୁଏ ସେଥିପାଇଁ ବିଶେଷ ଧ୍ୟାନ ଜିଲାପାଳ ପରାମର୍ଶ ଦେଇଥିଲେ।
ବର୍ଷା ଦିନ ପୂର୍ବରୁ ସମସ୍ତ ନଦୀ ଓ ନାଳର ପୁରୁଣା ଘାଇ ସହ ବର୍ଷାମାପକ ଯନ୍ତ୍ର ମରାମତି, ବୃଷ୍ଟିପାତର ସବିଶେଷ ଓ ଠିକ୍‌ ରିପୋର୍ଟ ନିୟମିତ ପ୍ରଦାନ ଉପରେ ଜିଲାପାଳ ଗୁରୁତ୍ୱ ଦେଇଥିଲେ। ଜିଲାସ୍ତରୀୟ ଅଧିକାରୀମାନେ ଟିକରପଡ଼ା ଓ ଆଠମଲ୍ଲିକର ଅଇଡ଼ା ଅଞ୍ଚଳକୁ ଆଗୁଆ ଗସ୍ତ କରି ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥା ଅନୁଧ୍ୟାନ କରିବା, ପର୍ଯ୍ୟାପ୍ତ ଖାଦ୍ୟ, ପଲିଥିନ ସହ ବନ୍ୟା ଆଶ୍ରୟସ୍ଥଳ ଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ସେହିପରି ନଳକୂପ ଓ ଜଳ ଉତ୍ସ ଗୁଡ଼ିକୁ ବିଶୋଧନ ସହ ସମସ୍ତ ଡାକ୍ତରଖାନାରେ ସାପ କାମୁଡ଼ା ଇଞ୍ଜେକଶନ୍‌, ବ୍ଲିଚିଂ, ହାଲୋଜିନ୍‌ ବଟିକା, ଓଆର୍‌ଏସ୍‌ ଓ ଜୀବନରକ୍ଷାକାରୀ ଔଷଧ ଗଚ୍ଛିତ ରଖିବାକୁ କୁହାଯାଇଥିଲା। ଜୁନ ୧ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ଜିଲା ଓ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟାଳୟରେ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରିବ। ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଓଡ଼ିଶା ମଧ୍ୟକୁ ଆସୁଥିବା ଫଙ୍ଗପାଳ କୀଟମାନଙ୍କ ପ୍ରତିରୋଧ ପାଇଁ ଆଗୁଆ ପଦକ୍ଷେପ ନେବାକୁ କୃଷି ବିଭାଗକୁ ପରାମର୍ଶ ଦେଇଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ, ଅତିରିକ୍ତ ଜିଲାପାଳ (ରାଜସ୍ବ), ଅନୁଗୋଳ ସହ ବିଭିନ୍ନ ଉପଖଣ୍ଡର ଉପଜିଲାପାଳ ପ୍ରମୁଖ ବୈଠକରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri