ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗର ୭ ସଦସ୍ୟ ଗିରଫ; ବିଭିନ୍ନ ମାରଣାସ୍ତ୍ର ଜବତ

କଣ୍ଟାପଡା,୨୨।୬(ଡି.ଏନ୍‌.ଏ.)-କଟକ ଜିଲା କଣ୍ଟାପଡାସ୍ଥିତ ବଟଗୋସେଇଁ ଗାଦୀ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରୁ ରବିବାର ଡକାୟତି ପାଇଁ ଯୋଜନା କରୁଥିବାବେଳେ ଓଲଟପୁର ପୋଲିସ ଚଢ଼ାଉ କରି ଆନ୍ତଃଜିଲା ଡକାୟତ ଗ୍ୟାଙ୍ଗର ୭ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ କଟକ ବାଦାମବାଡି ଥାନାସ୍ଥିତ ଖାନନଗରର ଗୁରୁସାହିର ଲୋକେନ ଗୁରୁ(୨୧), ବାଟବିନ୍ଧାଣୀ ସାହିର ରମେଶ ବେହେରା(୨୦), କଟକ ମଙ୍ଗଳାବାଗ ଥାନା ଥୋରିଆ ସାହିର ସୁବ୍ରତ ସାମଲ(୨୩), କେନ୍ଦ୍ରାପଡା ଜିଲା ଆଳି ଥାନାସ୍ଥିତ ଜୁଆଣିଆ ଗ୍ରାମର ବିଜୟ ଧଳ(୪୭), ଖୋର୍ଦ୍ଧା ଟାଉନ ଥାନା କୁମ୍ବିଲୋର ସଞ୍ଜୟ ବଡଜେନା(୨୬), ଯାଜପୁର ଟାଉନ ଥାନାସ୍ଥିତ ଖଣ୍ଡରା ଗ୍ରାମର ତୋଫାନ ଗୋଡି(୨୭) ଓ ଜଗତସଂହପୁର ଜିଲା ବିରିଡି ଥାନାସ୍ଥିତ ଦୋଗଛିଆର ସତ୍ୟ ରଞ୍ଜନ ବେହେରା (୨୧)। ଅନ୍ୟ ଜଣେ ଅଭିଯୁକ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି। ଗିରଫ ଅଭିଯୁକ୍ତଙ୍କଠାରୁ ବିଭିନ୍ନ ମାରଣାସ୍ତ୍ର ସହିତ ଗୋଟିଏ ଦେଶୀ ବନ୍ଧୁକ ଓ ୩ଟି ବାଇକ ଜବତ କରାଯାଇଛି। ଏ ନେଇ ଓଲଟପୁର ଥାନାରେ କେସ ନଂ ୫୮/୨୦ ରୁଜୁ ହୋଇଥିବା ସୋମବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କଟକଜିଲା ଗ୍ରାମାଞ୍ଚଳ ଏସପି ପି.କେ ଜେନା ଦେଇଥିବା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri