ଆନ୍ତଃରାଜ୍ୟ ଫୁଟବଲ୍‌ ଟୁର୍ନାମେଣ୍ଟ: ଧାନବାଦ ଫୁଟବଲ୍‌ ଏକାଡେମୀ ଚାମ୍ପିୟନ

ଆନନ୍ଦପୁର,୨୫।୧୨(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ ଅନ୍ତର୍ଗତ ତରତରା ଖେଳପଡିଆଠାରେ ଅନୁଷ୍ଠିତ ହେଉଥିବା ୨୧ତମ ଆନ୍ତଃରାଜ୍ୟ ଫୁଟବଲ ଟୁର୍ନାମେଣ୍ଟର ତୃତୀୟ ଦିବସରେ ମା’ ଭୁଆଶୁଣି କଟକ ଏବଂ ଧାନବାଦ ଫୁଟବଲ୍‌ ଏକାଡେମୀ ଝାଡଖଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଝାଡଖଣ୍ଡ ୧-୦ ଗୋଲରେ କଟକକୁ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛି। ଦ୍ୱିତୀୟ ଦିବସରେ ସାଇ କଟକ ଓ ସ୍ପୋଟର୍‌ସ ହଷ୍ଟେଲ ବାରିପଦା ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ସାଇ କଟକ ଟିମ୍‌ ଉନ୍ନତ ଖେଳ ପ୍ରଦର୍ଶନ କରି ୨-୧ରେ ମ୍ୟାଚକୁ ବିଜୟୀ ହୋଇ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଥିଲା। ଏହି ଚିତ୍ତାକର୍ଷକ ଖେଳକୁ ରେଫରି ଭାବେ ଦିଗବିଜୟ ଦାସ, ଆଶୀର୍ବାଦ କାନୁନଗୋ, ଲକ୍ଷ୍ମୀ ପ୍ରସାଦ, ଅବିନାଶ ପଟ୍ଟନାୟକ ପ୍ରମୁଖ ପରିଚାଳନା କରିଥିଲେ। ଟୁର୍ନାମେଣ୍ଟର ସଭାପତି ଜିତେନ୍ଦ୍ର ସାମଲ, ସମ୍ପାଦକ ସୁବ୍ରତ ସାମଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଖେଳପଡିଆରେ କ୍ଲବର ସଦସ୍ୟ ସୁଶାନ୍ତ ସାମଲ, ସୁରେଶ ଧଳ, ମନ୍ଦର ଜେନା, ବସନ୍ତ ଜେନା, ଜଗା ବେହେରା, ସୁରେନ୍ଦ୍ର ନାଇକ, ବାବୁ ନାଇକ, ବିଟାଲି ବାରିକ, ସନ୍ତୋଷ ଧଳ, ଅରବିନ୍ଦ ସାମଲ ପ୍ରମୁଖ ଉପସ୍ଥିତ ରହି ଖେଳ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ଦିଗପହଣ୍ଡି ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ

ଦିଗପହଣ୍ଡି, ୧୨।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ-୨୦୨୬’ ଅନୁଷ୍ଠିତ ହୋଇଯାଇଛି।…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?