ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ବଲାଙ୍ଗୀର ବିଜୟୀ

କୋମନା,୧।୧୦(ଡି.ଏନ.ଏ.)
ନୂଆପଡା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧ ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ କ୍ଲବ ଆନୁକୁଲ୍ୟରେ ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଟୁର୍ନାମେଣ୍ଟରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାର ପ୍ରତିଷ୍ଠିତ ଫୁଟବଲ ଦଳ ଭାଗ ନେଇଛନ୍ତି। ଉଦ୍‌ଘାଟନୀ ମ୍ୟାଚ ବଲାଙ୍ଗୀର ଓ ଜେମ୍‌ବିଏଫସି କୁରେଶ୍ୱର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବଲାଙ୍ଗୀର ଦଳ କୁରେଶ୍ୱର ଦଳକୁ ୫-୦ ଗୋଲ ଦେଇ ଏକତରଫା ଭାବେ ବିଜୟ ହାସଲ କରି ପରବର୍ତ୍ତୀ ପର୍ଯ୍ୟାୟକୁ ଉନ୍ନୀତ ହୋଇଛି। ମୁଖ୍ୟଅତିଥି ଭାବେ ସାମାଜିକ କର୍ମୀ ହରିକେଶ ଜାଲ ଯୋଗଦେଇ ଟୁର୍ନାମେଣ୍ଟ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ କୁରେଶ୍ୱର ସରପଞ୍ଚ ଅନନ୍ତ ଚରଣ ସାହୁ, ବଣିକ ସଂଘ ସଭାପତି ଜହରଲାଲ ସୁନାନୀ, ଡାକ୍ତର କୁଲପଦ୍ମ ପଣ୍ଡା, ଶ୍ୟାମ ମାଝି, ରତ୍ନମଣି ତାଣ୍ଡି ପ୍ରମୁଖ ମଞ୍ଚାସୀନ ଥିଲେ। ବଳରାମ ସରାଫ, ମଗଶିର ମଲ୍ଲିକ, ଅମନ ଛତ୍ରିଆ ଓ ଚୁଡାମଣି ନାୟକ ଖେଳ ପରିଚାଳନା କରିଥିବା ବେଳେ ସଞ୍ଜୟ ସାହୁ ଧାରାବିବରଣୀ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ହାତୀ ଭୟ: ରାତିରେ ଗଛ ଉପରେ ବିତୁଛି ଜୀବନ

ନୂଆପଡ଼ା,୧୩ା୨(ମକାରୁ ବେମାଲ): ହାତୀ ଭୟ ଯୋଗୁ ରାତି ହେଲେ ଲୋକେ ଗଛ ଉପରେ ଜୀବନ ବିତାଉଛନ୍ତି। ଏଭଳି ଦୃଶ୍ୟ ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା…

ବିଜୁ ଏକ୍ସପ୍ରେସ୍‌ ୱେ ମରଣଯନ୍ତା: ପ୍ରତିଦିନ ଦୁର୍ଘଟଣା

ନୂଆପଡ଼ା,୧୦ା୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଲାଇଫ୍‌ଲାଇନ କୁହାଯାଉଥିବା ବିଜୁ ଏକ୍ସପ୍ରେସ୍‌ ଫୋର ୱେ ଏବେ ମରଣଯନ୍ତା ପାଲଟିଛି। ଏଥିଯୋଗୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ଘଟି ନିରୀହ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri