Posted inଜାତୀୟ

ଆନ୍ଦୋଳନକୁ ଓହ୍ଲାଇଲେ ହିନ୍ଦୁରାଓ ହସ୍ପିଟାଲର ଡାକ୍ତର: ଓପିଡି ସେବା ବ୍ୟାହତ

ନୁଆଦିଲ୍ଲୀ,୧।୭: ରାଜଧାନୀ ଦିଲ୍ଲୀରେ ଥିବା ବାଡା ହିନ୍ଦୁରାଓ ହସ୍ପିଟାଲର ରେସିଡେନ୍ସ ଡାକ୍ତର ଆସୋସିଏସନ୍‌ର ସମସ୍ତ ଡାକ୍ତର ସୋମବାର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ପୂରା ଦିନ ହସ୍ପିଟାଲର ଓପିଡି ସେବା ବାଧାପ୍ରାପ୍ତ ହୋଇଛି। କିନ୍ତୁ ଇମାରଜେନ୍ସୀ ସେବା ଜାରି ରହିଥିବା ବେଳେ ସେଠାରେ ରେସିଡେନ୍ସ ଡାକ୍ତର କେହି ଯୋଗଦେଇନାହାନ୍ତିି। ଯେତେ ପର୍ଯ୍ୟନ୍ତ ଡାକ୍ତରଙ୍କ ସମସ୍ତ ଦାବି ସରକାର ପୂରଣ ନ କରିଛନ୍ତି ସେ ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ବୋଲି ସଂଘ ଚେତାବନୀ ଦେଇଛି। ସୂଚନାଯୋଗ୍ୟ, ଶନିବାର ରାତିରେ କିଛି ଲୋକ ଇମରଜେନ୍ସୀ ଓ୍ବାର୍ଡରେ ଥିବା ଡାକ୍ତରଙ୍କ ସହ ମାଡ଼୍‌ପିଟ କରିଥିଲେ। ଏଥିସହ ଡ୍ୟୁଟିରେ ଥିବା ଅନ୍ୟ ଡାକ୍ତରଙ୍କୁ ମାଡ଼ ମରାଯିବା ବେଳେ ସେମାନଙ୍କୁ ବଞ୍ଚାଇବାକୁ ଆସିଥିବା ଅନ୍ୟ ଡାକ୍ତରଙ୍କ ସହ ମାଡ଼୍‌ପିଟ କରାଯାଇଥିଲା। ଏହି ଆକ୍ରମଣରେ ଜଣେ ଡାକ୍ତରଙ୍କ ମୁଣ୍ଡରେ ଆଘାତ ଲାଗିଥିଲା। ଏହି ଘଟଣାକୁ ନେଇ ଉତ୍ତକ୍ତ୍ୟ ଡାକ୍ତର ଆନ୍ଦୋଳନକୁ ଓହ୍ଲାଇବା ସହ ଏହି ଘଟଣାରେ ସମ୍ପୃକ୍ତ ଥିବା ଲୋକଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ଏଥିସହ ହସ୍ପିଟାଲରେ ସିକ୍ୟୁରିଟି ବଢ଼ାଯିବା ସହ ବର୍ତ୍ତମାନର ସିକ୍ୟୁରିଟି ଇନ୍‌ଚାର୍ଜଙ୍କୁ ବହିଷ୍କାର କରିବା ପାଇଁ ସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?