ଆନ୍ଧ୍ରରୁ ଆସିଥିବା ମା’-ପୁଅଙ୍କ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପ୍ରଶାସନର ନିର୍ଦ୍ଦେଶ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଆନ୍ଧ୍ର -ଓଡ଼ିଶା ସୀମାନ୍ତକୁ ସିଲ୍‌ କରାଯାଇଥିବା ବେଳେ ଗଳା ବାଟ ଦେଇ ପୂର୍ବରୁ ସେଠାରେ ରହୁଥିବା ଜଣେ ମହିଳା ଓ ତାଙ୍କ ପୁଅ କୌଶଳ କ୍ରମେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଢ଼ି ପଞ୍ଚାୟତ ଅଧୀନ ଏକ ଗାଁକୁ ଚାଲି ଆସିଥିବା ନେଇ ବିଡିଓ ହଳଧର ଶବରଙ୍କୁ ଖବର ମିଳିଥିଲା। ସେ ଏନେଇ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ ଜଣାଇବା ପରେ ମଙ୍ଗଳବାର ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କା, ରାଜସ୍ବ ନିରୀକ୍ଷକ ଫକୀର ମୋହନ ରାଉତ, ସରପଞ୍ଚ ପ୍ରତିନିଧି କୁରେଶୁ ସେଠୀଙ୍କ ସମେତ ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ ସମ୍ପୃକ୍ତ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ପରେ ବମକେଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା.ମୋନାଲିସା ବେହେରା ସମ୍ପୃକ୍ତ ମହିଳା ଓ ତାଙ୍କ ପୁଅଙ୍କ ଚିକିତ୍ସା କରିଥିଲେ। ସେମାନଙ୍କ ଶରୀରରେ କୌଣସି କରୋନା ଲକ୍ଷଣ ନ ଥିବାରୁ ଉଭୟଙ୍କୁ ହୋମ୍‌ କ୍ବାରାଣ୍ଟାଇନରେ ରହିବାକୁ ପରାମର୍ଶ ଦେଇ ଫେରିଥିବା ଜଣାପଡ଼ିଛି। ପରେ ତହସିଲଦାର ଓ ବିଡିଓ ଝରିପଦର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ରୋଗୀ ପଞ୍ଜୀକରଣ ତାଲିକା ଦେଖିବା ସହ ସ୍ବାସ୍ଥ୍ୟକେନ୍ଦ୍ରର ଆନୁସଙ୍ଗିକ ସୁବିଧା ଅସୁବିଧା ନେଇ ଉପସ୍ଥିତ ଡା.ନିବେଦିତା ନନ୍ଦଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri