ଆନ୍ଧ୍ର-ଓଡ଼ିଶା ସୀମାନ୍ତ ମାଣିକପାଟଣା ଗ୍ରାମ: ୯ମାସ ହେଲା ଅନ୍ଧାରରେ ଗ୍ରାମବାସୀ

ରାୟଗଡ଼(ଗଜପତି),୧୬।୧(ଡି.ଏନ୍‌.ଏ.) ତିତ୍‌ଲି ବାତ୍ୟାକୁ ବର୍ଷେ ପୁରିଥିଲେ ମଧ୍ୟ ଗଜପତି ଜିଲାର ଅନେକ ଅଞ୍ଚଳକୁ ଏ ପର୍ଯ୍ୟନ୍ତ ନିରବଚ୍ଛିନ୍ନ ବିଦ୍ୟୁତ ସଂଯୋଗ ହୋଇପାରିନାହିଁ। ଫଳରେ ଗ୍ରାମବାସୀ ଅନ୍ଧାରରେ ରହୁଛନ୍ତି। ଆନ୍ଧ୍ର-ଓଡିଶା ସୀମାନ୍ତ ଏହି ଗ୍ରାମ ପାଇଁ ଆନ୍ଧ୍ର ପ୍ରଦେଶର ବିଦ୍ୟୁତ ସେବା ହିଁ ସାହାଭରସା ବୋଲି ଗ୍ରାମବାସୀ କହିଛନ୍ତି। ଏପରି ସ୍ଥିତି ଦେଖିବାକୁ ମିଳିଛି ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ।
ପ୍ରକାଶ ଯେ, ଆନ୍ଧ୍ର-ଓଡିଶା ସୀମାନ୍ତରେ ଥିବା ଏହି ଗ୍ରାମରେ ପ୍ରାୟ ୪୫ ପରିବାରର ୧୫୦ ସଦସ୍ୟ ବସବାସ କରିଆସୁଛନ୍ତି। ଗ୍ରାମର କିଛି ଜମି ଓଡ଼ିଶାରେ ରହିଥିବାବେଳେ ଆଉ କିଛି ଜମି ଆନ୍ଧ୍ରରେ ରହିଛି। ଫଳରେ କେତେକ ପରିବାର ଆନ୍ଧ୍ର ଜମିରେ ଘର କରିଥିବାରୁ ସେମାନେ ଆନ୍ଧ୍ର ସରକାରଙ୍କ ଠାରୁ ସୁବିଧା ସୁଯୋଗ ଯୋଗାଉଥିବା ଗ୍ରାମବାସୀ କହିଛନ୍ତି। ତିତ୍‌ଲି ମହାବାତ୍ୟାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବାବେଳେ ଆନ୍ଧ୍ର ସରକାର ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ଗ୍ରାମର କେତେକ ଲୋକଙ୍କୁ ବିଦ୍ୟୁତ୍‌ ସେବା ଯୋଗାଇଥିଲେ। ଓଡ଼ିଶା ସରକାରଙ୍କ ତରଫରୁ ମଧ୍ୟ ୨୦୧୯ ମାର୍ଚ୍ଚରେ ବିଦ୍ୟୁତ ସଂଯୋଗ ଦିଆଯାଇଥିଲା। ତେବେ ମାତ୍ର କିଛି ଦିନ ଗ୍ରାମବାସୀ ଆଲୁଅ ପାଇଥିବାବେଳେ ଟ୍ରାନ୍ସଫର୍ମର ନଷ୍ଟ ହୋଇଥିଲା। ଇତିମଧ୍ୟରେ ୯ମାସ ବିତିଯାଇଥିଲେ ମଧ୍ୟ ବିଦ୍ୟୁତ ସଂଯୋଗ ହୋଇନାହିଁ। ୨୦୧୯ ସେପ୍ଟେମ୍ବର ୧୬ରେ ଗଙ୍ଗାବାଡ଼ ପଞ୍ଚାୟତ କାର୍ଯ୍ୟାଳୟରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ଗ୍ରାମବାସୀ ଅଭିଯୋଗ କରିବା ପରେ ଶୀଘ୍ର ନୂଆ ଟ୍ରାନ୍ସଫର୍ମର ବସାଇ ବିଦ୍ୟୁତ ସେବା ଯୋଗାଇ ଦିଆଯିବ ବୋଲି ସାଉଥ୍‌କୋ ନିର୍ବାହୀ ଯନ୍ତ୍ରୀ ଗଙ୍ଗାଗୌରୀ ପ୍ରସାଦ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିଲେ। ତେବେ ପ୍ରତିଶ୍ରୁତିର ୪ମାସ ବିତିଯାଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇନାହିଁ। ଫଳରେ ଆନ୍ଧ୍ର ଜମିରେ ଘର କରିଥିବା ଗ୍ରାମର କେତେକ ପରିବାର ଆଲୁଅ ପାଇଥିବାବେଳେ ଓଡ଼ିଶାରେ ଥିବା ପରିବାର ଅନ୍ଧାରରେ ରହୁଛନ୍ତି। ଏପରିକି ଓଡ଼ିଶାରେ ଥିବା ବିଦ୍ୟୁତ ଖୁଣ୍ଟରେ ଆନ୍ଧ୍ର ରାଜ୍ୟର ବିଦ୍ୟୁତରେ ଷ୍ଟ୍ରିଟ୍‌ ଲାଇଟ୍‌ ଜଳୁଥିବା ଦେଖିବାକୁ ମିଳୁଛି। ଗ୍ରାମରେ ହିନ୍ଦୁ ଓ ଖ୍ରୀଷ୍ଟିୟାନ ଉଭୟ ସମ୍ପ୍ରଦାୟର ଲୋକେ ବସବାସ କରୁଥିବାବେଳେ ବଡ଼ଦିନ ପର୍ବ ଏମାନେ ଅନ୍ଧାରରେ ପାଳିଥିଲେ। ଏବେ ପୋଙ୍ଗଲ୍‌କୁ ମଧ୍ୟ ଅନ୍ଧାରରେ ପାଳିଥିବା ଦେଖିବାକୁ ମିଳିଛି। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ତୁରନ୍ତ ଟ୍ରାନ୍ସଫର୍ମର ମରାମତି କିମ୍ବା ନୂତନ ଟ୍ରାନ୍ସଫର୍ମର ବସାଇ ବିଦ୍ୟୁତ୍‌ ସଂଯୋଗ ଦେବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ନଚେତ ଆଗାମୀ ଦିନରେ ଅସନ୍ତୋଷ ଆନ୍ଦୋଳନର ରୂପ ନେବ ବୋଲି ଗ୍ରାମବାସୀଙ୍କ ପକ୍ଷରୁ ଅଳସ ଶବର, କନ୍ତାରୁ ଶବର, ବାଳାୟା ଶବର, ମଧୁସୂଦନ ଶବର, ସୁଦନ ଶବର, ପ୍ରଧାନ ଶବର, ମଧୁ ଶବର, ସୁମିତ୍ରା ଶବର, ଚନ୍ଦ୍ରମଣି ଶବର ଓ ଶାନ୍ତି ଶବର ଚେତାବନୀ ଦେଇଛନ୍ତି। ଏ ବିଷୟରେ ସାଉଥକୋ କନିଷ୍ଠ ଯନ୍ତ୍ରୀ ଦେବବ୍ରତ ସାହୁଙ୍କ ସହ ଯୋଗାଯୋଗ କରିବାରୁ ମାଣିକପାଟଣାର ଟ୍ରାନ୍ସଫର୍ମର ବ୍ରେକ୍‌ଡାଉନ୍‌ ରିପୋର୍ଟ ମୁଁ ଜିଲା କାର୍ଯ୍ୟାଳୟକୁ ପଠାଇ ଦେଇଛି। ଗ୍ରାମବାସୀ ୨୫କେଭି କ୍ଷମତାର ଏକ ଟ୍ରାନ୍ସଫର୍ମର ରଖିଛନ୍ତି। କିନ୍ତୁ ଉକ୍ତ ଗ୍ରାମରେ ୧୬କେଭି କ୍ଷମତା ବିଶିଷ୍ଟ ଖୁଣ୍ଟ ଓ ତାରର ବ୍ୟବସ୍ଥା ଥିବାରୁ ସଂଯୋଗ ହୋଇପାରୁନାହିଁ, ଶୀଘ୍ରଏହାର ସମାଧାନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri