ଆଫଗାନିସ୍ତାନରେ ରାଷ୍ଟ୍ରପତି ନିର୍ବାଚନକୁ ୯ ଦିନ:ତାଲିବାନ ଆକ୍ରମଣରେ ୨୦ ନିହତ

କାବୁଲ,୨୦-୯(ଆଇଏଏନ୍‌ଏସ୍‌):ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରେ ତାଲିବାନର ଆଉ ଏକ ଆକ୍ରମଣ। ଏଥର ଜାବୁଲ ପ୍ରଦେଶର କଲାତ୍‌ ସହରସ୍ଥିତ ଏକ ହସ୍ପିଟାଲକୁ ଟାର୍ଗେଟ କରିଛି ଏହି ଆତଙ୍କବାଦୀ ସଙ୍ଗଠନ। ଗୁରୁବାର ସକାଳ ୬ଟାରେ ବିସ୍ଫୋରକ ବୋଝେଇ ଏକ ଟ୍ରକ୍‌ ଉକ୍ତ ହସ୍ପିଟାଲକୁ ଧକ୍କା ଦେଇଥିଲା। ବିସ୍ଫୋରଣରେ ହସ୍ପିଟାଲ କୋଠା ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଥିବାବେଳେ ୨୦ ନିହତ ଓ ୯୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ହସ୍ପିଟାଲ କର୍ମଚାରୀ ଓ ରୋଗୀ। କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିପାରେ। ସେମାନଙ୍କୁ କାନ୍ଦାହାରର ଏକ ହସ୍ପିଟାଲକୁ ନିଆଯାଇଛି। ତାଲିବାନ ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ୍‌ ଏହି ଆକ୍ରମଣ ପଛରେ ନିଜ ସଙ୍ଗଠନର ହାତ ଥିବା କହିଛନ୍ତି। ଆସନ୍ତା ୨୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନକୁ ଭଣ୍ଡୁର କରିବା ପାଇଁ ଆଫଗାନିସ୍ତାନର ବିଭିନ୍ନ ସ୍ଥାନରେ ଆତଙ୍କବାଦୀମାନେ କିଛି ସପ୍ତାହ ଧରି ଆକ୍ରମଣ କରୁଛନ୍ତି। ପରଓ୍ବାନ ପ୍ରଦେଶରେ ମଙ୍ଗଳବାର ରାଷ୍ଟ୍ରପତି ଅଶ୍‌ରଫ୍‌ ଗନିଙ୍କ ଏକ ନିର୍ବାଚନୀ ସଭାରେ ଆତଙ୍କବାଦୀ ଆମତ୍ଘାତୀ ବିସ୍ଫୋରଣ ଘଟାଇଥିଲେ। ଏଥିରେ ୨୬ ପ୍ରାଣ ହରାଇଥିବାବେଳେ ୪୨ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri