ଆଫଗାନିସ୍ତାନ ଉପରେ ଭାରତର ନଜର

ନୂଆଦିଲ୍ଲୀ/ ଦୋହା, ୧।୩(ପି.ଟି.): ତାଲିବାନ୍‌ ସହ ଐତିହାସିକ ଶାନ୍ତିଚୁକ୍ତି ସ୍ବାକ୍ଷର ପରେ ଆଫଗାନିସ୍ତାନରୁ ବିଦେଶୀ ସେନା ପ୍ରତ୍ୟାହାର ହେବା ନିଶ୍ଚିତ ହୋଇଛି। ଦୀର୍ଘ ୧୮ ବର୍ଷର ଯୁଦ୍ଧାଭିଯାନ ଶେଷକରି ଆମେରିକା ୧୪ ମାସ ମଧ୍ୟରେ ସେନା ପ୍ରତ୍ୟାହାର କରିବ ବୋଲି ଜଣାପଡ଼ିଛି। ଆଫଗାନିସ୍ତାନରେ ଶାନ୍ତି ଫେରିବ ବୋଲି ଆଶା କରାଯାଉଥିବା ବେଳେ ଏଥିରେ ବ୍ୟତିକ୍ରମ ଦେଖାଦେବାର ଆଶଙ୍କା ରହିଛି। ଭାରତ ଏହା ଉପରେ ତୀକ୍ଷ୍ଣ ଦୃଷ୍ଟି ରଖିଛି। ସେଠାରେ ସୁରକ୍ଷା ଓ ଆତଙ୍କବାଦ ଦମନ କ୍ଷେତ୍ରରେ ଭାରତ ସହାୟକ ହେବ। ହେଲେ ପାକିସ୍ତାନ ଏଠାରେ ଆତଙ୍କବାଦ ଚଳାଇବାର ଆଶଙ୍କା କରାଯାଉଛି। ତାଲିବାନ୍‌ଙ୍କୁ ସମର୍ଥନ ଦେଇଆସୁଥିବା ପାକ୍‌ ସମର୍ଥତ୍ତ ଲଶ୍କର-ଇ-ତୋଇବା, ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ଗୋଷ୍ଠୀ ଏଠାରେ ଭିତ୍ତିଭୂମିକୁ ସୁଦୃଢ଼ କରିବାକୁ ପ୍ରୟାସ କରିବେ। ଅନ୍ୟପକ୍ଷରେ ଅଶ୍ରଫ ଘନିଙ୍କୁ କ୍ଷମତାରେ ନ ବସାଇ ତାଲିବାନ୍‌ ଗୋଷ୍ଠୀ ଅନ୍ୟ ସହ ହାତ ମିଳାଇବା ନିଶ୍ଚିତ। ତାଲିବାନ୍‌ ଉପନେତା ତଥା ହକାନୀ ନେଟଓ୍ବାର୍କର ମୁଖ୍ୟ ସିରାଜୁଦ୍ଦିନ ହକାନୀ ଖୋଲାଖୋଲି ଭାବେ ନୂଆ ସରକାର ପ୍ରତିଷ୍ଠା କରାଯିବ ବୋଲି କହିଥିଲେ। ଏହାକୁ ନେଇ ଆଫଗାନିସ୍ତାନରେ କ୍ଷମତା କନ୍ଦଳ ଦେଖାଦେବାର ଆଶଙ୍କା ରହିଛି। ସେନା ପ୍ରତ୍ୟାହାର ପରେ ତାଲିବାନ ଗୋଷ୍ଠୀ ପାକିସ୍ତାନର ପ୍ରରୋଚନାରେ କ୍ଷମତା ଦଖଲ ଲାଗି ଲୋକଙ୍କୁ ଆତଙ୍କିତ କରିପାରନ୍ତି। ଏସବୁ ଦୃଷ୍ଟିକୋଣରୁ ଭାରତ ଆଫଗାନିସ୍ତାନ ଉପରେ ନଜର ରଖିବ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri