ଆବାସ ଘରେ ବନ୍ଧା ହେଉଛନ୍ତି ଗୋରୁ, ଛେଳି

ଦଶମନ୍ତପୁର,୪ା୩(ଡି.ଏନ୍‌.ଏ.) – ଗୃହପାଳିତ ପଶୁଙ୍କ ଗୁହାଳ ପାଲଟିଛି ପ୍ରଧାନମନ୍ତ୍ରୀ ଆବାସ। ଦୀର୍ଘ ବର୍ଷ ବିତିଯାଇଥିଲେ ହେଁ ଆବାସ ନିର୍ମାଣ ଶେଷ ନ ହେବାରୁ ବାଧ୍ୟହୋଇ ହିତାଧିକାରୀ ଗୋରୁ, ଛେଳିଙ୍କୁ ସେଠାରେ ବାନ୍ଧୁଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏ ହେଉଛି ନିଚ୍ଛକ ଚିତ୍ର।
କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଗାଦିଆଗୁଡ଼ା ପଞ୍ଚାୟତ ଅଧୀନରେ ରହିଛି ଟି.ବାରିଗୁଡ଼ା ଗ୍ରାମ। ଏଠାରେ ୪୦ଟି ପରିବାର ରହୁଛନ୍ତି। ପ୍ରାୟ ପରିବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ହୋଇଛନ୍ତି। ହିତାଧିକାରୀ ବିଳମ୍ବ କରିବା ଆଶଙ୍କାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ, ସରପଞ୍ଚ ଆଲୋଚନା କରି ଜଣେ ଠିକାଦାରଙ୍କୁ ଆବାସ ନିର୍ମାଣ କାମ ଦେଇଛନ୍ତି। କିନ୍ତୁ କେତେକ ହିତାଧିକାରୀଙ୍କ ଗୃହ ଦୀର୍ଘ ୩ରୁ ୪ ବର୍ଷ ହେଲାଣି ଶେଷ ହୋଇପାରୁ ନାହିଁ। କାହା ଘର ବାହାରେ ଚୂନ ମାରି ଶେଷ ବିଲ ଉଠାଯାଇଥିବା ବେଳେ ଆଉ କାହାର ଗୃହ ଭିତରେ ପ୍ଲାଷ୍ଟର, କବାଟ, ଝରକା ଲଗା ନ ଯାଇ ଅଧାରେ ପକାଯାଇଛି। କିଛି ଦିନରେ ଆବାସ କାମ ଶେଷ କରିଦେବି ବୋଲି ଠିକାଦାର ଜଣକ ହିତାଧିକାରୀଙ୍କୁ ଭୂଆଁ ବୁଲାଉଛନ୍ତି। ତେଣୁ ବାଧ୍ୟହୋଇ ହିତାଧିକାରୀ ନିଜ ଅର୍ଦ୍ଧନିର୍ମିତ ଆବାସ ଘରେ ଜାଳେଣୀ କାଠ, ଗୃହପାଳିତ ପଶୁଙ୍କୁ ରଖିବାକୁ ବାଧ୍ୟ ହେଉଥିବା ହିତାଧିକାରୀ ଲୁବ୍ରୁ ଜାନୀ, ସ୍ତ୍ରୀ ଅଅଁଲା ଜାନୀ, ବାନାଇ ଜାନୀ, ଅଅଁଲା ସାଉନ୍ତା ଅଭିଯୋଗ ଜଣାଇଛନ୍ତି। ଏଭଳି ଅର୍ଦ୍ଧନିର୍ମିତ ଗୃହଗୁଡ଼ିକୁ ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ ଗ୍ରାମ ରୋଜଗାର ସେବକ କିପରି ଠିକାଦାରଙ୍କୁ ବିଲ ପୈଠ କରୁଛନ୍ତି, ତାହା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆଗାମୀ ଦିନରେ ସେମାନେ ଜିଲାପାଳ ଓ ଭିଜିଲାନ୍ସର ଦ୍ବାରସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି। ଏ ସଂପର୍କରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିବାରୁ ପ୍ରତିକ୍ରିୟା ମିଳିପାରି ନାହିଁ। ଦଶମନ୍ତପୁର ବିଡିଓ ଡମ୍ବରୁଧର ମଲ୍ଲିକ କହିଛନ୍ତି, ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri