ଆବାସ ନିର୍ମାଣ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୮।୨(ଡି.ଏନ.ଏ.): ଭଦ୍ରକ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ, ଭଣ୍ଡାରିପୋଖରୀ ବିଡିଓ ବନମାଳି ତରାଇ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ମିଶ୍ର ଶନିବାର ଭଣ୍ଡାରିପୋଖରୀ ବ୍ଲକ ଅଧୀନ ସାନଶାସନ ପଞ୍ଚାୟତର ବାହାଦୁଲନଗର, ବିମ୍ବଳବର ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ନିର୍ମାଣ କାର୍ଯ୍ୟ ତଦାରଖ କରିଛନ୍ତି। ଏହି ଯୋଜନାରେ ପ୍ରଥମ କିସ୍ତି ପାଇଥିବା ହିତାଧିକାରୀଙ୍କୁ ଭେଟିବା ସହ ସେମାନେ ଗୃହ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ। ଉକ୍ତ ପଞ୍ଚାୟତର ୨୦ରୁ ୨୨ଟି ଘର ବୁଲି ଦେଖିଥିଲେ। କେତେଜଣ ହିତାଧିକାରୀ ୫ ମାସ ଧରି ଟଙ୍କା ନେଇ ଗୃହ କାର୍ଯ୍ୟ ଆରମ୍ଭ କରି ନ ଥିବାରୁ ଅଧିକାରୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ସୂଚନା ଥାଉକି, ୨୦୧୬-୧୭ ଆର୍ଥିକ ବର୍ଷରୁ ୨୦୧୯-୨୦ ପର୍ଯ୍ୟନ୍ତ ହିତାଧିକାରୀ ଟଙ୍କା ନେଇ ମଧ୍ୟ ଗୃହ କାର୍ଯ୍ୟ ଆରମ୍ଭ କରିନାହାନ୍ତି। ପ୍ରକଳ୍ପ ନିର୍ଦ୍ଦେଶକ ବୁଲି ଦେଖିବା ପରେ ୭ ଦିନ ଭିତରେ ଗୃହ କାର୍ଯ୍ୟ ଆରମ୍ଭ କରିବାକୁ ହିତାଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ସଦର ଡାକ୍ତରଖାନାରେ ୫-ଟି ସଚିବ: ରୋଗୀଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଲେ

ସମ୍ବଲପୁର, ୧।୧୧ (ବ୍ୟୁରୋ): ସମ୍ବଲପୁର ଜିଲା ସଦର ଡାକ୍ତରଖାନାରେ ୫-ଟି ସଚିବ ବି.କେ. ପାଣ୍ଡିଆନ ଗୁରୁବାର ଗସ୍ତକରି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଛନ୍ତି। ପ୍ରଥମେ...

ଦୁଇ ଦିନିଆ ଗ୍ରାହକ ସେବା ମେଳା ଉଦ୍‌ଯାପିତ: ୩୧ କୋଟି ୯୧ ଲକ୍ଷ ଋଣ ପ୍ରଦାନ

ଅନୁଗୋଳ ଅଫିସ, ୬।୧୦ – ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଚାଲିଥିବା ଦୁଇ ଦିନିଆ ଗ୍ରାହକ ସେବା ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏହି ଦୁଇ ଦିନରେ...

ଗଛରେ ପିଟିହେଲା ଆମ୍ବୁଲାନ୍ସ: ରୋଗୀଙ୍କ ସମେତ ଆମ୍ବୁଲାନ୍ସ କର୍ମଚାରୀ ମୃତ

ଭବାନୀପାଟଣା,୧୭।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜୟପାଟଣା ଡାକ୍ତରଖାନାରୁ ଜଣେ ଝାଡ଼ାବାନ୍ତି ଆକ୍ରାନ୍ତ ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭବାନୀପାଟଣା...

ଜି.ଉଦୟଗିରିରେ ବର୍ଷା, କୁଆପଥର ବୃଷ୍ଟି

ଜି.ଉଦୟଗିରି,୧୭ା୪(ଡି.ଏନ୍‌.ଏ.)- ଜି.ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ପ୍ରବଳ ବର୍ଷା ପବନ ସହ କୁଆପଥର ବୃଷ୍ଟି ହୋଇଛି। ପ୍ରାୟ ଘଣ୍ଟାଏ ଧରି ବର୍ଷାପବନ ଓ କୁଆପଥର ମାଡରେ...

ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ୱାଟ୍‌କୋ

ଯାଜପୁର ରୋଡ,୧୨ା୮(ଡି.ଏନ.ଏ.): ଯାଜପୁର ଜିଲାର ବ୍ୟାସନଗର ପୌରାଞ୍ଚଳବାସୀଙ୍କୁ ନିୟମିତ ଭାବେ ଗୋଳିଆ ପାଣି ଯୋଗାଣ କରି ୱାଟକୋ ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ବୋଲି ଚର୍ଚ୍ଚା ହେଉଛି।...

ଅନିୟମିତତାରେ ଚାଲିଛି ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ : ୧୧ଟାରେ ଅଫିସ ଖାଲି

ଦେବଗଡ଼, ୧୯।୧୦(ଡି.ଏନ୍‌.ଏ.)ସରକାର ଯେଉଁ ଲକ୍ଷ୍ୟ ଉଦ୍ଦେଶ୍ୟ ନେଇ ସର୍ବଶିକ୍ଷା ଅଭିଯାନ ଆରମ୍ଭ କରିଛନ୍ତି, ତାହା ବର୍ତ୍ତମାନ ବାଟବଣା ସଦୃଶ ହୋଇଛି। ଦେବଗଡ ଜିଲାରେ ଅନିୟମିତତାରେ ଚାଲିଥିବା...

ନାବାଳିକା ଝିଆରୀକୁ ବଳାତ୍କାର: ଥାନାରେ ଅଭିଯୋଗ, ଅଭିଯୁକ୍ତ ମଉସା ଗିରଫ, ସହଯୋଗ କରିବା ଅଭିଯୋଗରେ ମାଉସୀ ବି ଗିରଫ

ରାଉରକେଲା ଅଫିସ, ୪।୧୨: ତମାମ ଦେଶରେ ବଳାତ୍କାରକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ବୁଧବାର ରାଉରକେଲାରେ ଘଟିଥିବା ଏକ ଲଜ୍ଜାଜନକ ଘଟଣା ବିଭିନ୍ନ ମହଲରେ ପ୍ରତିକ୍ରିୟା...

ପାଣି ପାଇଁ ହଇରାଣ

ବାରିପଦା ଅଫିସ,୬।୯: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଧୀନ ବାଇଗଣବାଡ଼ିଆ ପଞ୍ଚାୟତର ଭୁଲଗଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ଓରେଡା ପକ୍ଷରୁ ଏହି ଗଁାରେ ନିର୍ମାଣ...

Advertisement
Archives

Model This Week