ଆବାସ ଯୋଜନାରେ ଦୁର୍ନୀତି ଘଟଣା: ୩ ଦିନରେ ରିପୋର୍ଟ ଦେବ ନୂତନ କମିଟି

ଅନୁଗୋଳ ଅଫିସ, ୬।୯ – ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗଁାରେ ଇନ୍ଦିରା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବୁଧବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ମାୟାଧର ବେହେରା ଗୁରୁବାର ଏକ ୪ ଜଣିଆ ଟିମ୍‌ ଗଠନ କରି ଅଭିଯୋଗର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୩ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ବିଡିଓ ଏକ ଚିଠି ପ୍ରଦାନ କରି କମିଟିକୁ ସମୟ ଦେଇଛନ୍ତି। ଏହାପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଡିଓ କହିଛନ୍ତି।
ଅନୁଗୋଳ ବ୍ଲକ କାର୍ଯ୍ୟାଳୟରୁ ହୋଇଥିବା ଚିଠି(୨୯୫୫/୫.୯.୧୯)ରେ ଉଲ୍ଲେଖ ରହିଛି ଯେ, ବେଡ଼ାଶାସନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ୨୦୧୯-୨୦ରେ ଟଙ୍କା ହେରଫେର, ହିତାଧିକାରୀ ଚୟନରେ ମଧ୍ୟ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ପାଇଁ ଏକ ୪ ଜଣିଆ ଟିମ୍‌ ଅନୁଗୋଳ ବ୍ଲକର ଜେଇ ଆଲୋକ ମିଶ୍ରଙ୍କ ଅଧୀନରେ ଗଠନ କରାଯାଇଛି। ଟିମ୍‌ରେ ମିଶ୍ରଙ୍କ ସହ ଜିପିଇଓ ମନୋଜ କୁମାର ଲାଲ୍‌, ପିଇଓ ଜ୍ଞାନରଞ୍ଜନ ଭୁକ୍ତା ଓ ପିଇଓ ସୋମନାଥ ଦାସ ରହିଛନ୍ତି। ପଞ୍ଚାୟତର ଗୋଟିଏ ଗଁାର ଜଣେ ମହିଳା ହିତାଧିକାରୀଙ୍କୁ ୨୦୧୪ରେ ଆବାସ ଯୋଜନାରେ ସାମିଲ କରାଯାଇଥିବାବେଳେ ତାଙ୍କ ସ୍ବାମୀଙ୍କୁ ୨୦୧୯ରେ ଏଥିରେ ସାମିଲ କରାଯାଇଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ସେହିପରି ଅନ୍ୟ ଏକ ଗଁାର ଜଣେ ହିତାଧିକାରୀ ପୂର୍ବରୁ ଆବାସ ଯୋଜନାରେ ଉପକୃତ ହୋଇଥିଲେ ମଧ୍ୟ ତାଙ୍କୁ ପୁନର୍ବାର ଏଥିରେ ଅନ୍ତର୍ଭୁକ୍ତ କରାଯାଇଥିବା ଅଭିଯୋଗ ଆସିଥିଲା। ଏହି ଟିମ୍‌ ସମ୍ପୃକ୍ତ ଗ୍ରାମକୁ ଯାଇ ତଦନ୍ତ କରିବେ। ଏ ସମ୍ପର୍କରେ ଜିଲା ଗ୍ରାମ୍ୟ ଉନ୍ନୟନ ଅଧିକାରୀଙ୍କୁ ମଧ୍ୟ ଅବଗତ କରାଯାଇଥିବା ବିଡିଓ ବେହେରା କହିଛନ୍ତି। ଶୁକ୍ରବାର ଏହି ଟିମ୍‌ ଉକ୍ତ ପଞ୍ଚାୟତକୁ ଯାଇ ତଦନ୍ତ କରିବେ ବୋଲି ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri