ଅନୁଗୋଳ ଅଫିସ, ୬।୯ – ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗଁାରେ ଇନ୍ଦିରା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବୁଧବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ମାୟାଧର ବେହେରା ଗୁରୁବାର ଏକ ୪ ଜଣିଆ ଟିମ୍ ଗଠନ କରି ଅଭିଯୋଗର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୩ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ବିଡିଓ ଏକ ଚିଠି ପ୍ରଦାନ କରି କମିଟିକୁ ସମୟ ଦେଇଛନ୍ତି। ଏହାପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଡିଓ କହିଛନ୍ତି।
ଅନୁଗୋଳ ବ୍ଲକ କାର୍ଯ୍ୟାଳୟରୁ ହୋଇଥିବା ଚିଠି(୨୯୫୫/୫.୯.୧୯)ରେ ଉଲ୍ଲେଖ ରହିଛି ଯେ, ବେଡ଼ାଶାସନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ୨୦୧୯-୨୦ରେ ଟଙ୍କା ହେରଫେର, ହିତାଧିକାରୀ ଚୟନରେ ମଧ୍ୟ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ପାଇଁ ଏକ ୪ ଜଣିଆ ଟିମ୍ ଅନୁଗୋଳ ବ୍ଲକର ଜେଇ ଆଲୋକ ମିଶ୍ରଙ୍କ ଅଧୀନରେ ଗଠନ କରାଯାଇଛି। ଟିମ୍ରେ ମିଶ୍ରଙ୍କ ସହ ଜିପିଇଓ ମନୋଜ କୁମାର ଲାଲ୍, ପିଇଓ ଜ୍ଞାନରଞ୍ଜନ ଭୁକ୍ତା ଓ ପିଇଓ ସୋମନାଥ ଦାସ ରହିଛନ୍ତି। ପଞ୍ଚାୟତର ଗୋଟିଏ ଗଁାର ଜଣେ ମହିଳା ହିତାଧିକାରୀଙ୍କୁ ୨୦୧୪ରେ ଆବାସ ଯୋଜନାରେ ସାମିଲ କରାଯାଇଥିବାବେଳେ ତାଙ୍କ ସ୍ବାମୀଙ୍କୁ ୨୦୧୯ରେ ଏଥିରେ ସାମିଲ କରାଯାଇଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ସେହିପରି ଅନ୍ୟ ଏକ ଗଁାର ଜଣେ ହିତାଧିକାରୀ ପୂର୍ବରୁ ଆବାସ ଯୋଜନାରେ ଉପକୃତ ହୋଇଥିଲେ ମଧ୍ୟ ତାଙ୍କୁ ପୁନର୍ବାର ଏଥିରେ ଅନ୍ତର୍ଭୁକ୍ତ କରାଯାଇଥିବା ଅଭିଯୋଗ ଆସିଥିଲା। ଏହି ଟିମ୍ ସମ୍ପୃକ୍ତ ଗ୍ରାମକୁ ଯାଇ ତଦନ୍ତ କରିବେ। ଏ ସମ୍ପର୍କରେ ଜିଲା ଗ୍ରାମ୍ୟ ଉନ୍ନୟନ ଅଧିକାରୀଙ୍କୁ ମଧ୍ୟ ଅବଗତ କରାଯାଇଥିବା ବିଡିଓ ବେହେରା କହିଛନ୍ତି। ଶୁକ୍ରବାର ଏହି ଟିମ୍ ଉକ୍ତ ପଞ୍ଚାୟତକୁ ଯାଇ ତଦନ୍ତ କରିବେ ବୋଲି ବିଡିଓ ସୂଚନା ଦେଇଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…
କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…
ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…
ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…
ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା
ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…
ବାଇକ୍ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…
ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…
ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ
ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…
୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି
ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…
ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…
ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…
ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…
ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…
Archives

