ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ

ଅନୁଗୋଳ ଅଫିସ, ୧୭।୧୦- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତରେ ୩ଟି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗର ତଦନ୍ତ ରିପୋର୍ଟ ଆସିବା ପରେ ଉକ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ତୁରନ୍ତ ଏହାର ଉତ୍ତର ଦେବା ପାଇଁ ଅନୁଗୋଳ ବିଡିଓ ମାୟାଧର ବେହେରା ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବେଡ଼ାଶାସନ ପଞ୍ଚାୟତ ନିର୍ବାହୀ ଅଧିକାରୀ ପଦରୁ ଜେନାମଣି ଗଡ଼ନାୟକଙ୍କୁ ବିରତି ଦିଆଯାଇଛି ବୋଲି ବିଡିଓ କହିଛନ୍ତି।
ଉକ୍ତ ଅଭିଯୋଗର ତଦନ୍ତ ପାଇଁ ଅନୁଗୋଳ ବିଡିଓ ଏକ ୪ ଜଣିଆ ଟିମ୍‌ ଗଠନ କରିଥିଲେ। ଗତ ୩ ତାରିଖରେ ରିପୋର୍ଟ ଆସିବା ପରେ ବୁଧବାର ପିଇଓଙ୍କୁ କାରଣ ଦର୍ଶାଅ ନୋଟିସ୍‌ କରାଯାଇଛି। ଏଥିସହ ଦୁଇଟି ଘର ପାଇଁ ଦିଆଯାଇଥିବା ପ୍ରଥମ କିସ୍ତିର ଟଙ୍କା ଫେରସ୍ତ ନିମନ୍ତେ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟ ଏକ ଘରର କାର୍ଯ୍ୟାଦେଶକୁ ବାତିଲ କରାଯାଇଥିବା ବିଡିଓ ବେହେରା କହିଛନ୍ତି। ତେବେ ଟଙ୍କା ଫେରସ୍ତ ପରେ ଉକ୍ତ ଦୁଇଟି ଘରର କାର୍ଯ୍ୟାଦେଶ ବାତିଲ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ୨୦୧୯-୨୦ ବର୍ଷରେ ଉକ୍ତ ପଞ୍ଚାୟତକୁ ବଣ୍ଟାଯାଇଥିବା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆସିଥିଲା। ବଣ୍ଟାଯାଇଥିବା ୩୩ଟି ଆବାସ ଯୋଜନାରେ ୩ ଅଯୋଗ୍ୟଙ୍କୁ ଯୋଗ୍ୟ କରାଯାଇଥିବା ତଦନ୍ତ ରିପୋର୍ଟରୁ ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…

ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ…

ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…

ପୁରୀ,୧୭ା୮(ଅଜିତ୍‌ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି…

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri