ଆବାସ ଯୋଜନାରେ ଦୁର୍ନୀତି ଘଟଣା: ୩ ଦିନରେ ରିପୋର୍ଟ ଦେବ ନୂତନ କମିଟି

ଅନୁଗୋଳ ଅଫିସ, ୬।୯ – ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗଁାରେ ଇନ୍ଦିରା ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବୁଧବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଅନୁଗୋଳ ବିଡିଓ ମାୟାଧର ବେହେରା ଗୁରୁବାର ଏକ ୪ ଜଣିଆ ଟିମ୍‌ ଗଠନ କରି ଅଭିଯୋଗର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୩ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ ବିଡିଓ ଏକ ଚିଠି ପ୍ରଦାନ କରି କମିଟିକୁ ସମୟ ଦେଇଛନ୍ତି। ଏହାପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଡିଓ କହିଛନ୍ତି।
ଅନୁଗୋଳ ବ୍ଲକ କାର୍ଯ୍ୟାଳୟରୁ ହୋଇଥିବା ଚିଠି(୨୯୫୫/୫.୯.୧୯)ରେ ଉଲ୍ଲେଖ ରହିଛି ଯେ, ବେଡ଼ାଶାସନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ୨୦୧୯-୨୦ରେ ଟଙ୍କା ହେରଫେର, ହିତାଧିକାରୀ ଚୟନରେ ମଧ୍ୟ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ପାଇଁ ଏକ ୪ ଜଣିଆ ଟିମ୍‌ ଅନୁଗୋଳ ବ୍ଲକର ଜେଇ ଆଲୋକ ମିଶ୍ରଙ୍କ ଅଧୀନରେ ଗଠନ କରାଯାଇଛି। ଟିମ୍‌ରେ ମିଶ୍ରଙ୍କ ସହ ଜିପିଇଓ ମନୋଜ କୁମାର ଲାଲ୍‌, ପିଇଓ ଜ୍ଞାନରଞ୍ଜନ ଭୁକ୍ତା ଓ ପିଇଓ ସୋମନାଥ ଦାସ ରହିଛନ୍ତି। ପଞ୍ଚାୟତର ଗୋଟିଏ ଗଁାର ଜଣେ ମହିଳା ହିତାଧିକାରୀଙ୍କୁ ୨୦୧୪ରେ ଆବାସ ଯୋଜନାରେ ସାମିଲ କରାଯାଇଥିବାବେଳେ ତାଙ୍କ ସ୍ବାମୀଙ୍କୁ ୨୦୧୯ରେ ଏଥିରେ ସାମିଲ କରାଯାଇଥିବା ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ସେହିପରି ଅନ୍ୟ ଏକ ଗଁାର ଜଣେ ହିତାଧିକାରୀ ପୂର୍ବରୁ ଆବାସ ଯୋଜନାରେ ଉପକୃତ ହୋଇଥିଲେ ମଧ୍ୟ ତାଙ୍କୁ ପୁନର୍ବାର ଏଥିରେ ଅନ୍ତର୍ଭୁକ୍ତ କରାଯାଇଥିବା ଅଭିଯୋଗ ଆସିଥିଲା। ଏହି ଟିମ୍‌ ସମ୍ପୃକ୍ତ ଗ୍ରାମକୁ ଯାଇ ତଦନ୍ତ କରିବେ। ଏ ସମ୍ପର୍କରେ ଜିଲା ଗ୍ରାମ୍ୟ ଉନ୍ନୟନ ଅଧିକାରୀଙ୍କୁ ମଧ୍ୟ ଅବଗତ କରାଯାଇଥିବା ବିଡିଓ ବେହେରା କହିଛନ୍ତି। ଶୁକ୍ରବାର ଏହି ଟିମ୍‌ ଉକ୍ତ ପଞ୍ଚାୟତକୁ ଯାଇ ତଦନ୍ତ କରିବେ ବୋଲି ବିଡିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?