ପଦ୍ମପୁର,୮ା୧(ଡି.ଏନ୍.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ରାଜଘରପୋଖରୀ ପଞ୍ଚାୟତର ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି ଘଟଣାରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ଚାକିରିରୁ ନିଲମ୍ବନ କରିଛନ୍ତି। ଏହି ପଞ୍ଚାୟତରେ ଦୁର୍ନୀତି ହୋଇଥିବା ଅଭିଯୋଗ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପରେ ଜିଲା ପ୍ରଶାସନ ତରଫରୁ ଘଟଣାର ତଦନ୍ତ କରାଯାଇଥିଲା। ଏହି ତଦନ୍ତ ରିପୋର୍ଟକୁ ଆଧାର କରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ ୧ ତାରିଖରେ ଦୁର୍ନୀତିରେ ସମ୍ପୃକ୍ତ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲାପାଳଙ୍କୁ ସୁପାରିସ କରିଥିଲେ। ଏନେଇ ଜିଲାପାଳ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଝାଡ଼େଶ୍ୱର ଜେନାଙ୍କୁ ଚିଠି ନଂ. ୧୧୯/୬ା୧ା୨୦୨୦ରେ କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ପଞ୍ଚାୟତର ୧୭ ଜଣ ହିତାଧିକାରୀ ଘର ତିଆରି ସମ୍ପୂର୍ଣ୍ଣ କରି ନ ଥିବା ବେଳେ ସେମାନଙ୍କୁ ସମ୍ପୂର୍ଣ୍ଣ ଅର୍ଥ କିଭଳି ପ୍ରଦାନ କରାଗଲା ଜବାବ ଦେବା ପାଇଁ ଗ୍ରାମ ରୋଜଗାର ସେବକ ଅମିୟ ନାୟକଙ୍କୁ ୩ ଦିନ ସମୟ ଦିଆଯାଇଛି। ଅନ୍ୟପକ୍ଷେ ନିଜର ପକ୍କାଘର ଥାଇ ଓ ଘର ନ କରି ସରକାରୀ ଅର୍ଥ ହଡ଼ପ କରିଥିବା ହିତାଧିକାରୀମାନଙ୍କ ନାମରେ ଏତଲା ଦେବା ପାଇଁ ବିଡିଓ ପ୍ରଣବ କୁମାର ବେହେରାଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଭଦ୍ରକ View All
ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି
କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…
କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି
କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…
ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍, ଜଣେ ଆହତ ବାଳକଙ୍କୁ…
ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍ ଦିଆଯାଇଥିବା ଅଭିଯୋଗ…
ଉପାନ୍ତ ଅଞ୍ଚଳରେ ନେଟ୍ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ
ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…
୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ
କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…
ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ
ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ…
ମାଛ ଯାଆଁଳ ନେବାକୁ କହି ଡକାୟତି, ଘରେ ପଶି ଲୁଟିନେଲେ ସୁନା ଗହଣା ସହ ଟଙ୍କା
ଭଦ୍ରକ,୪।୮(ସନାତନ ରାଉତ): ଭଦ୍ରକ ଗ୍ରାମଞ୍ଚଳ ଥାନା ଅନ୍ତର୍ଗତ ଜଗଦଳପୁର ପଞ୍ଚଯାତର ଜୁଡ଼ାଗଡିଆ ଗ୍ରାମରେ ଏକ ବଡ଼ ଧରଣର ଡ଼କାୟତି ହୋଇଛି । ଗ୍ରାମର ନିରଞ୍ଜନ ଶତପଥୀଙ୍କ ଘରକୁ…
ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି
କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…
Archives

