ଆବାସ ଯୋଜନାରେ ସହାୟତା ପ୍ରଦାନରେ ବିଳମ୍ବ: ବିଡିଓଙ୍କୁ ଦାବିପତ୍ର ଦେଲେ ହିତାଧିକାରୀ

କୋରେଇ,୨୨ା୧୧(ସ୍ବ.ପ୍ର.): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ଜହ୍ନା ପଞ୍ଚାୟତର ବହୁ ହିତାଧିକାରୀ ୧ ବର୍ଷ ହେବ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ବିଜୁ ଆବାସ ଯୋଜନାରେ ଘର ନିର୍ମାଣ କରିଛନ୍ତି। ତେବେ ଗୃହ ନିର୍ମାଣ ବାବଦରେ ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି। ହେଲେ ଅବଶିଷ୍ଟ କିସ୍ତି ଟଙ୍କା ବର୍ତ୍ତମାନ ପର୍ଯ୍ୟନ୍ତ ପାଇ ପାରି ନାହାନ୍ତି। ଏ ନେଇ ଗୁରୁବାର ଟଙ୍କା ପାଇବାରୁ ବଞ୍ଚତ୍ତ ହୋଇଥିବା ହିତାଧିକାରୀ ବିଡିଓଙ୍କ ଉଦ୍ଦେଶ୍ୟରେ ମୁଖ୍ୟ କିରାଣୀ ସୁନୀଲ ସାହୁଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ବର୍ଷାଧିକ କାଳ ହେବ ସେମାନେ ଘର କରି ବିଲ୍‌ ନ ପାଇବା ଓ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଜିଆରଏସ୍‌ (ଗ୍ରାମ ରୋଜଗାର ସେବକ) ନିୟମିତ କାର୍ଯ୍ୟାଳୟକୁ ଆସୁ ନ ଥିବାରୁ ଆବାସ ଅର୍ଥ ପାଇବାରୁ ବଞ୍ଚତ୍ତ ହେଉଥିବା ଅଭିଯୋଗରେ ଦର୍ଶାଇଛନ୍ତି। ଏଥିସହ ତରନ୍ତ ଗୃହ ନିର୍ମାଣ ବିଲ୍‌ ପ୍ରଦାନ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri