ଭୁବନ, ୪।୮(ଡ.ଏନ୍.ଏ.)-ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ଭୁବନ ଏନ୍ଏସି ଅନ୍ତର୍ଗତ ୩ନଂ. ଓ୍ବାର୍ଡର ୮ଜଣ ହିତାଧିକାରୀଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଅନୁଦାନ ଟଙ୍କା ପ୍ରଦାନ କରାଯାଉ ନ ଥିବା ଅଭିଯୋଗ ହୋଇଥିଲା। ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ଶନିବାର ଏହାର ତଦନ୍ତ କରିଛନ୍ତି। ଏନ୍ଏସି କର୍ତ୍ତୃପକ୍ଷ କେଉଁ କାରଣରୁ ଅନୁଦାନ ଅଟକାଇ ରଖିଛନ୍ତି ତାହାର ତଦନ୍ତ କରିବା ଏବଂ ଯଥାଶୀଘ୍ର ହିତାଧିକାରୀଙ୍କୁ ଅନୁଦାନ ଅର୍ଥ ପ୍ରଦାନ କରିବାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
ବିକାଶ ମଲ୍ଲିକ, ପ୍ରକାଶ ମଲ୍ଲିକ, ଭଗବାନ ମଲ୍ଲିକ, ରବି ମଲ୍ଲିକ, ଛବି ମଲ୍ଲିକ, ଗିରିଧାରୀ ମଲ୍ଲିକ, ଗୋକୁଳ ମଲ୍ଲିକ ଏବଂ ନକୁଳ ମଲ୍ଲିକଙ୍କୁ ଗତ ଫେବୃୟାରୀ ୨ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇଥିଲା। ଆବଶ୍ୟକ ତଦନ୍ତ ପରେ ସେମାନଙ୍କୁ ଏନ୍ଏସି ପକ୍ଷରୁ କାର୍ଯ୍ୟାଦେଶ ଦିଆଯାଇଥିଲା। ହିତାଧିକାରୀମାନେ କାର୍ଯ୍ୟ ଆରମ୍ଭ କରିବା ପରେ ୨୦୧୯ ଜୁଲାଇ ୨୨ରେ ଏନ୍ଏସି କର୍ତ୍ତୃପକ୍ଷ କାମବନ୍ଦ କରିବାକୁ ନୋଟିସ୍ କରିଥିଲେ। ହେଲେ ଉଦ୍ଦେଶ୍ୟମୂଳକ ଭାବେ ସେମାନଙ୍କ ଅନୁଦାନ ଅଟକାଇ ଦିଆଯାଇଥିବା ଅଭିଯୋଗ କରି ଜୁଲାଇ ୨୫ରେ କାର୍ଯ୍ୟାଦେଶ ପାଇଥିବା ବ୍ୟକ୍ତିମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଥିଲେ। ନ୍ୟାୟ ନ ମିଳିଲେ ଆନ୍ଦୋଳନ କରିବାକୁ ଚେତାବନୀ ମଧ୍ୟ ଦେଇଥିଲେ। କାଉନ୍ସିଲର ଅରୁଣ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ସମ୍ପୃକ୍ତ ହିତାଧିକାରୀ ଆନ୍ଦୋଳନ କରିବାକୁ ସଜବାଜ ହେଉଥିବା ଜାଣିବା ପରେ ଶନିବାର ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ଘଟଣାର ତଦନ୍ତ କରିଛନ୍ତି। ତହସିଲଦାର ଶକ୍ତିକାନ୍ତ ରାୟ, ଏନ୍ଏସି ନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ବରାଳ, ରାଜସ୍ବ ନିରୀକ୍ଷକ ଶ୍ରୀକାନ୍ତ କୁମାର ପରିଡ଼ା, କନିଷ୍ଠ ଯନ୍ତ୍ରୀ ସୁରେନ୍ଦ୍ର ନାଥ ସାହୁ, ଜଗଦୀଶ ନାଏକ ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ଢେଙ୍କାନାଳ View All
ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…
ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ
କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ ଧରିତ୍ରୀରେ ଖବର ପ୍ରକାଶ…
ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…
ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…
ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…
ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…
Archives

