Posted inଜାତୀୟ

ଆମକୁ ପଢ଼ାଅନି ରାଜଧର୍ମ ପାଠ

ନୂଆଦିଲ୍ଲୀ, ୨୯ା୨: ଦିଲ୍ଲୀ ହିଂସାକୁ ନେଇ ଭାଜପା ରାଜଧର୍ମ ପାଳନ କରୁ ବୋଲି କଂଗ୍ରେସ କହିବା ପରେ ଏହାର ଜବାବ ଦେଇଛି ଶାସକ ଦଳ। ଆମକୁ ରାଜଧର୍ମ ପାଠ ପଢ଼ାଅନି ବୋଲି ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଶୁକ୍ରବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଟାର୍ଗେଟ କରି କହିଛନ୍ତି। କଂଗ୍ରେସ ପ୍ରତିନିଧିଦଳ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ରାଜଧର୍ମ ପାଳନ କରିବାକୁ ସରକାରଙ୍କୁ ପରାମର୍ଶ ଦେବାକୁ କହିଥିଲେ। ଇନ୍ଦିରା ଗାନ୍ଧୀ ଉଗାଣ୍ଡାରୁ ଆସିଥିବା ଲୋକଙ୍କୁ ସହଯୋଗ କରିଥିଲେ। ଶ୍ରୀଲଙ୍କା ତାମିଲଙ୍କୁ ରାଜୀବ ଗାନ୍ଧୀ ସହଯୋଗ କରିଥିଲେ। ମନମୋହନ ସିଂ, ତରୁଣ ଗୋଗୋଇ, ଅଶୋକ ଗେହଲଟ ନାଗରିକତା ପ୍ରଦାନ ଲାଗି ସେମାନଙ୍କ ସ୍ବର ଶାଣିତ କରିଛନ୍ତି। ତେବେ କଂଗ୍ରେସ କାହାକୁ ରାଜଧର୍ମ କହୁଛି ବୋଲି ପ୍ରସାଦ ସୋନିଆଙ୍କୁ ପ୍ରଶ୍ନ କରିଛନ୍ତି। ସିଏଏ ବିରୋଧୀ ରାଲିରେ ‘ଏପଟେ ନ ହେଲେ ସେପଟେ’ ବୋଲି ସୋନିଆ କହିବା ହିଂସାକାଣ୍ଡକୁ ବଢ଼ାଇବା ଲାଗି ଉଦ୍ଦିଷ୍ଟ। ପାର୍ଲାମେଣ୍ଟରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରାଯାଇଥିବା ବେଳେ ଦଙ୍ଗା ସୃଷ୍ଟି ଲାଗି ଏମିତି ଉସୁକାଯିବାର ମାନେ କ’ଣ ବୋଲି ରବିଶଙ୍କର କହିଛନ୍ତି। ୨୦୧୦ ମାର୍ଚ୍ଚ ୧୫ରେ ୟୁପିଏ ସରକାର ଏନ୍‌ପିଆର୍‌ ଲାଗି ବିଜ୍ଞପ୍ତି ଜାରି କରିଥିଲା। ଏବେ କଂଗ୍ରେସ ଏହାକୁ ବିରୋଧ କରୁଛି। ଦିଲ୍ଲୀ ଦଙ୍ଗାକୁ ରାଜନୈତିକ ରୂପ ଦେଉଥିିବା କଂଗ୍ରେସର ପ୍ରୟାସକୁ ଭାଜପା ନିନ୍ଦା କରୁଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?