ଆମାଜନରେ ବିକ୍ରି ହେଉଛି ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ;ଜୋର ଧରିଲା ସୋସିଆଲ ମିଡିଆରେ ବିରୋଧ

ନୂଆଦିଲ୍ଲୀ,୧୭-୫: ଅନ୍‌ଲାଇନ ସପିଂ ପ୍ଲାଟଫର୍ମ ଆମାଜନରେ ହିନ୍ଦୁ ଦେବାଦେବୀଙ୍କ ଛବି ଥିବା ସାମଗ୍ରୀ ବିକ୍ରି ହେବାକୁ ନେଇ ଦେଶରେ ବିରୋଧ ଆରମ୍ଭ ହୋଇଯାଇଛି। ଏହାକୁ ନେଇ ସୋସିଆଲ ମିଡିଆରେ କମ୍ପାନୀକୁ ବଏକଟ କରିବାକୁ ଆହ୍ବାନ ଦିଆଯାଉଛି। ଟୁଇଟରରେ #ବଏକଟଆମାଜନ ହ୍ୟାଶ୍‌ଟ୍ୟାଗ୍‌ ସହିତ ଏହି ଆପ୍‌କୁ ଅନ୍‌ଇନଷ୍ଟଲ କରିବା ଲାଗି ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଏଥିସହିତ ଲୋକେ ଏହି ଆପ୍‌କୁ ଅନ୍‌ଇନଷ୍ଟଲ୍‌ କରି ଏହାର ଷ୍କ୍ରିନ୍‌ସଟ୍‌କୁ ମଧ୍ୟ ଶେୟାର କରିବା ଆରମ୍ଭ କରିଛନ୍ତି। ହିନ୍ଦୁ ଦେବାଦେବୀଙ୍କ ଫଟୋ ଥିବା ସାମଗ୍ରୀଗୁଡ଼ିକୁ ଆମାଜନ କିପରି ବିକ୍ରି କରୁଛି, ସେସମ୍ପର୍କରେ ଟୁଇଟରରେ ତାହାକୁ ଶେୟାର କରାଯାଉଛି। ଏଥିରେ ଜୋତା, ଚପଲ, ଟଏଲେଟ ଶିଟ୍‌ ଷ୍ଟିକର ସାମିଲ ରହିଛି। ତେବେ ଏହିସବୁ ସାମଗ୍ରୀ ଆମାଜନ ଡଟ୍‌ ଇନ୍‌ରେ ମିଳୁନାହିଁ। ବିଦେଶୀ କମ୍ପାନୀ ଆମାଜନର ହିନ୍ଦୁଙ୍କ ଭାବାବେଗକୁ ଆଘାତ ଦେବାର କୌଣସି ଅଧିକାର ନାହିଁ ବୋଲି ଲୋକେ ଯୁକ୍ତି ଦର୍ଶାଉଛନ୍ତି। ଜୋତାରେ ଭାରତର ଜାତୀୟ ପତାକା, ଚପଲରେ ମହାମତ୍ା ଗାନ୍ଧୀଙ୍କ ଫଟୋକୁ ଲୋକେ ଶେୟାର କରି ଏହା ଆମାଜନ ଦ୍ୱାରା ବିକ୍ରି କରାଯାଉଛି ବୋଲି ଦାବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri