ଆମେରିକାରୁ ଆମଦାନୀ ହେବ ବାର୍ଷିକ ୫୦ ଲକ୍ଷ ଟନ ଏଲ୍‌ଏନ୍‌ଜି

ହ୍ୟୁଷ୍ଟନ,୨୩-୯: ଆମେରିକାର ପ୍ରାକୃତିକ ଗ୍ୟାସ୍‌ ଯୋଗାଣକାରୀ କମ୍ପାନୀ ଟେଲ୍ୟୁରିୟନ ଇଙ୍କ୍‌ ଓ ଭାରତର ପେଟ୍ରୋନେଟ୍‌ ଏଲ୍‌ଏନ୍‌ଜି କମ୍ପାନୀ ଲିମିଟେଡ ମଧ୍ୟରେ ରବିବାର ଏକ ମେମୋରାଣ୍ଡମ ଅଫ୍‌ ଅଣ୍ଡରଷ୍ଟାଣ୍ଡିଂ(ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ତଦନୁଯାୟୀ ପେଟ୍ରୋନେଟ୍‌ ଓ ଏହାର ସହଯୋଗୀ କମ୍ପାନୀ ଆମେରିକାରୁ ବାର୍ଷିକ ୫୦ ଲକ୍ଷ ଟନ ତରଳୀକୃତ ପ୍ରାକୃତିକ ଗ୍ୟାସ୍‌(ଏଲ୍‌ଏନ୍‌ଜି) ଆମଦାନୀ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଏହି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଥିଲା।
ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ପ୍ରାୟ ୧୮ ହଜାର କୋଟି ଟଙ୍କା(୨.୫୦ ବିଲିୟନ ଡଲାର) ବିନିମୟରେ ଏହି ଗ୍ୟାସ୍‌ କିଣାବିକା ହେବାକୁ ଯାଉଛି। ୨୦୨୦ ମାର୍ଚ୍ଚ ୩୧ ସୁଦ୍ଧା ଏମ୍‌ଓୟୁକୁ ଚୂଡ଼ାନ୍ତ ରୂପ ଦେବା ଲାଗି ଦୁଇ କମ୍ପାନୀ ରାଜି ହୋଇଛନ୍ତି। ଆମେରିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଶୀର୍ଷ ପେଟ୍ରୋଲିୟମ କମ୍ପାନୀଙ୍କ ମୁଖ୍ୟମାନଙ୍କ ବୈଠକ ପରେ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ପରେ ଟେଲ୍ୟୁରିୟନ ପକ୍ଷରୁ ଏହାର ଅଧ୍ୟକ୍ଷ ତଥା ସିଇଓ ମ୍ୟାଗ୍‌ ଜେଣ୍ଟଲ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଏହି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ତାଙ୍କ ଉପସ୍ଥିତିରେ ଏହି ସ୍ବାକ୍ଷର କମ୍ପାନୀ ପାଇଁ ଏକ ସମ୍ମାନ ମିଳିବା ସଦୃଶ ହୋଇଛି। ଉଲ୍ଲେଖଥାଉ କି, ପେଟ୍ରୋନେଟ୍‌ ଭାରତର ସର୍ବବୃହତ ଏଲ୍‌ଏନ୍‌ଜି ଆମଦାନୀକାରୀ ଭାବେ ପରିଗଣିତ। ଏହି ଏମ୍‌ଓୟୁ ମାଧ୍ୟମରେ କମ୍ପାନୀ ଡ୍ରିଫ୍ଟଉଡ ଜରିଆରେ ସ୍ବଚ୍ଛ ତଥା କମ୍‌ ମୂଲ୍ୟର ଉନ୍ନତ ପ୍ରାକୃତିକ ଗ୍ୟାସ୍‌କୁ ଭାରତକୁ ଆମଦାନୀ କରିପାରିବ। ଜେଣ୍ଟଲ କହିଛନ୍ତି ଯେ, ଭାରତରେ ପ୍ରାକୃତିକ ଗ୍ୟାସ୍‌ ବ୍ୟବହାର ବୃଦ୍ଧି ଯୋଗୁ ଦେଶ ୫ ଲକ୍ଷ କୋଟି ଡଲାର ଅର୍ଥନୀତି ହାସଲ କରି ପାରିବାର ଲକ୍ଷ୍ୟକୁ ପୂରଣ କରିପାରିବ। ଏଥିସହିତ ଦେଶରେ ସ୍ବଚ୍ଛ ପରିବେଶ ସୃଷ୍ଟି ହୋଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

କୃଷି ଜମି ବିକ୍ରୟ କଲେ ଦେବାକୁ ପଡିବ କି ଟ୍ୟାକ୍ସ? ଜାଣନ୍ତୁ କଣ ରହିଛି ନିୟମ

ନୂଆଦିଲ୍ଲୀ,୧୦।୪: ଲୋକମାନେ ପ୍ରାୟତଃ ବିବାହ ପାଇଁ ପାଣ୍ଠି ଯୋଗାଡିବା, ଘର ନିର୍ମାଣ କରିବା କିମ୍ବା ଜରୁରୀକାଳୀନ ପରିସ୍ଥିତିର ସମାଧାନ କରିବା ପାଇଁ ନିଜର କୃଷି ଜମି ବିକ୍ରି…

ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ

ଭୁବନେଶ୍ୱର,୧୦।୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍‌ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍‌ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri