ଆମେରିକା ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା କଲେ ରାଷ୍ଟ୍ରପତି ରୁହାନି

ତେହେରାନ୍‌,୭।୧: ଆମେରିକା ଏବଂ ଇରାନ୍‌ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ଇରାନ୍‌ ରାଷ୍ଟ୍ରପତି ହସନ ରୁହାନି ଆମେରିକାର ସୈନ୍ୟ ବାହିନୀଙ୍କୁ ଆତଙ୍କବାଦୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ଏଣିକି ଇରାନ୍‌ ଏହାର ସୀମା ଆଖପାଖରେ ଥିବା ଆମେରିକା ସୈନ୍ୟ ବାହିନୀଙ୍କ ଉପର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଇରାନ୍‌ର ୫୨ଟି ସ୍ଥାନରେ କ୍ଷେପଣାସ୍ତ୍ର ପକାଇବାକୁ ଚେତାବନୀ ଦେଇଥିଲେ। ୧୯୭୯ରେ ଆମେରିକ ଦୂତାବାସ ଉପରେ ଇରାନ୍‌ ପ୍ରଦର୍ଶନକାରୀ ଆକ୍ରମଣ କରି ୫୨ ଜଣ ରାଜନେତାଙ୍କୁ ୪୪୪ ଦିନ ପର୍ଯ୍ୟନ୍ତ ଜେଲ୍‌ରେ ରଖିଥିଲେ। ସେଥିପାଇଁ ଟ୍ରମ୍ପ୍‌ ଏହାର ସମାନ ସଂଖ୍ୟକ କ୍ଷେପଣାସ୍ତ୍ର ପକାଇବା ପାଇଁ ଧମକ ଥିଲେ। ସୂଚନାଯୋଗ୍ୟ, ୧୯୮୮ରେ ଆମେରିକା ଯୁଦ୍ଧ ବିମାନ ଇରାନ୍‌ ଯାତ୍ରୀବାହୀ ବିମାନକୁ ଟାର୍ଗେଟ୍‌ କରିଥିଲା। ଏଥିରେ ୨୯୦ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଏନେଇ ରୁହାନି ଏକ ଟୁଇଟ୍‌ ମାଧ୍ୟମରେ ପୁରୁଣା କଥା ସମ୍ପର୍କରେ ସୂଚିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri