Posted inଖେଳ

ଆମେ ଭାଗ୍ୟଶାଳୀ ଥିଲୁ…ଜାଣନ୍ତୁ କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୨୮।୭: ସୁର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ଟି-୨୦ରେ ଶ୍ରୀଲଙ୍କାକୁ ୪୩ ରନରେ ପରାସ୍ତ କରିଛି। ଏହା ଏକ ହାଇ ସ୍କୋରର ମ୍ୟାଚ ଥିଲା। ମ୍ୟାଚ୍‌ରେ ଏକ ସମୟରେ ଲାଗୁଥିଲା ଯେ ଟାର୍ଗେଟକୁ ପିଛା କରି ଶ୍ରୀଲଙ୍କା ସହଜରେ ଜିତିବ। ତେବେ ଭାରତୀୟ ବୋଲରମାନେ ଚମତ୍କାର ବୋଲିଂ କରି ଭାରତ ମ୍ୟାଚ ଜିତିଥିଲେ।
ଏହି ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୨୧୩/୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଶ୍ରୀଲଙ୍କା ୧୭୦ ରନରେ ଆଉଟ ହୋଇଥିଲେ। ଏକ ସମୟରେ ଟାର୍ଗେଟକୁ ପିଛା କରି ଶ୍ରୀଲଙ୍କାର ସ୍କୋର ୧୪୦/୧ ଥିଲା, ଯାହା ପରେ ଟିମ ଇଣ୍ଡିଆ ପରାଜୟ ଆଡକୁ ଯାଉଥିଲା। ମ୍ୟାଚ ପରେ ସୂର୍ଯ୍ୟ କହିଛନ୍ତି, ଆମେ ଭାଗ୍ୟଶାଳୀ ଥିଲୁ ଯେ, କାକର ପଡିଲା ନାହିଁ।
ମ୍ୟାଚ ପରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ କହିଛନ୍ତି, ସେମାନେ ପ୍ରଥମ ବଲରୁ ଭଲ କ୍ରିକେଟ ଖେଳୁଥିଲେ। ସେ ଟ୍ରାକ୍‌ ବଜାୟ ରଖିଥିଲେ, କ୍ରେଡିଟ ତାଙ୍କ ପାଖକୁ ଯାଇଥିଲା। ରାତିରେ ଉଇକେଟ କିପରି ଗତି କରେ ଆମେ ଜାଣୁ। ଆମେ ଭାଗ୍ୟଶାଳୀ ଥିଲୁ, କାରଣ କାକର ପଡି ନ ଥିଲା।
କ୍ୟାପଟେନ ସୂର୍ଯ୍ୟକୁମାର ଯାଦବ ଭାରତ ପାଇଁ ସବୁଠୁ ବଡ ଇନିଂସ ଖେଳି ୨୬ଟି ବଲରେ ୮ ଚୌକା ଓ ୨ ଛକା ସହାୟତାରେ ୫୮ ରନ ସ୍କୋର କରିଥିଲେ। ଏଥିରେ ତାଙ୍କର ଷ୍ଟ୍ରାଇକ ହାର ୨୨୩.୦୮ ଥିଲା। ଏହା ବ୍ୟତୀତ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ୬ଟି ଚୌକା ଓ ଗୋଟିଏ ଛକା ସହାୟତାରେ ୩୩ ବଲରେ ୪୯ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Ex-Wifeଙ୍କୁ ଭୁଲି ନାହାଁନ୍ତି ହାର୍ଦ୍ଦିକ! ଏତେ ଟଙ୍କାର କାର ଉପହାର ଦେଲେ, ଜାଣିଲେ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୨।୨: ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପୂର୍ବତନ ପତ୍ନୀ ନତାଶା ଷ୍ଟାନକୋଭିକ ଏବଂ ପୁଅ ଅଗସ୍ତ୍ୟ ପାଣ୍ଡ୍ୟାଙ୍କୁ ୪ କୋଟି ମୂଲ୍ୟର ଏକ କାର ଉପହାର ଦେଇଛନ୍ତି। ଏହି…

ନିଟିବାଡି ଜଙ୍ଗଲରେ ପୋଲିସ-ମାଓବାଦୀ ମୁଁହାମୁଁହି, ଟଳିଲେ ୨…

ଫୁଲବାଣୀ, ୨୨।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଇକିଆ ଥାନା କରଡ଼ା ପଞ୍ଚାୟତର ନିଟିବାଡି ଜଙ୍ଗଲରେ ପୋଲିସ ଏବଂ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟ ପକ୍ଷରୁ…

ହଠାତ କଳା କାର୍‌ରେ କୁଆଡେ ଗଲେ ଅଭିଷେକ ଶର୍ମା-ଗୌତମ ଗମ୍ଭୀର? ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଏଭଳି ପଦକ୍ଷେପକୁ ନେଇ ଚର୍ଚ୍ଚା…

ଅହମ୍ମଦାବାଦ,୨୨।୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏକ ହାଇ-ଭୋଲଟେଜ୍‌ ସୁପର-୮ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌…

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର…

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ…

‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI…

ମହାପୁରୁଷଙ୍କୁ କି ଦଣ୍ଡ: ସର୍ବ ସମ୍ମୁଖରେ …

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ମହାପୁରୁଷ ମାନଙ୍କୁ କି ପ୍ରକାର ଦଣ୍ଡ। ସର୍ବ ସମ୍ମୁଖରେ ମହାପୁରୁଷ ମାନଙ୍କୁ ଏଭଳି ଅପମାନିତ କରିବାକୁ କାହାର ସାହସ ହେଲା ତାହା ସହରରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri