ଆମ୍ବପୁଆରେ ମଦ ଦୋକାନକୁ ବିରୋଧ

ବ୍ରହ୍ମପୁର ଅଫିସ୍‌,୨ା୧୧-ଆମ୍ବପୁଆରେ ଏକ ମଦ ଦୋକାନ ଖୋଲିବାକୁ ଅବକାରୀ ବିଭାଗ ତରଫରୁ ଅନୁମତି ଦିଆଯାଇଛି। ଏହାକୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ସହ ୩୯ ଏବଂ ୪୦ ନମ୍ବର ୱାର୍ଡ଼ ବାସିନ୍ଦା ତୀବ୍ର ବିରୋଧ କରୁଛନ୍ତି। ଏନେଇ ଏକ ଦାବିପତ୍ର ସେମାନେ ଅବକାରୀ କମିଶନର୍‌ ତଥା ସଚିବଙ୍କ ପାଖକୁ ପଠାଇଛନ୍ତି। ଅନ୍ୟପଟେ ନିୟମିତ ପ୍ରସ୍ତାବିତ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଅଞ୍ଚଳବାସୀଙ୍କ ଅଭିଯୋଗ ହେଲା, ପୂର୍ବରୁ ଏହି ଠିପି ଖୋଲା ମଦ ଦୋକାନ କଂଗ୍ରେସ ଭବନ ରାସ୍ତାରେ ଥିଲା। ହେଲେ ୨୦୧୮ ଏପ୍ରିଲ୍‌ରେ ବିଏମ୍‌ସି କମିଶନର୍‌ ଏହାକୁ ବନ୍ଦ ନିର୍ଦ୍ଦେଶ ଦେଇଥିଲେ। ମାଲିକ ଜଣକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ୧୬ନମ୍ବର ୱାର୍ଡ଼ରେ ଦୋକାନ ଖୋଲିବା ପାଇଁ ସେ ଅନୁମତି ଲୋଡ଼ିଥିଲେ। ହେଲେ ସେଠାରେ ମଧ୍ୟ ତୀବ୍ର ବିରୋଧ ଯୋଗୁ ଜିଲାପାଳ ଅନୁମତି ବାତିଲ୍‌ କରି ଦେଇଥିଲେ। ଜିଲାପାଳ ମଧ୍ୟ ଅନ୍ୟତ୍ର ଜାଗା ଦେଖିବାକୁ ନିର୍ଦ୍ଦେଶ ଦେଇଥିଲେ। କୌଣସିଠାରେ ଜାଗା ନ ପାଇବାରୁ ଏବେ ଆମ୍ବପୁଆରେ ଦୋକାନ ଖୋଲିବା ପାଇଁ ଆବେଦନ କରିଥିଲେ। ଆପତ୍ତି ଅଭିଯୋଗ ପାଇଁ ଜୁନ୍‌ ୧୧ ଶେଷ ତାରିଖ ଥିଲା। ହେଲେ ଅଞ୍ଚଳବାସୀଙ୍କୁ ଅନ୍ଧାରରେ ରଖାଯାଇଥିଲା। ଅବକାରୀ ଅଧିକାରୀମାନେ ଠିକ୍‌ ୧୧ତାରିଖରେ ହିଁ ନୋଟିସ୍‌କୁ ସାର୍ବଜନୀନ କରିବା ସହ ଅନ୍ୟ ଅଞ୍ଚଳର ବାସିନ୍ଦାଙ୍କଠାରୁ ସ୍ବୀକୃତି ଦସ୍ତଖତ ସଂଗ୍ରହ କରି ନେଇଥିଲେ। ପ୍ରକୃତ ଅଞ୍ଚଳବାସୀ ଜାଣିପାରି ନ ଥିଲେ। କିନ୍ତୁ ଆପତ୍ତି ଅଭିଯୋଗର ସମୟ ସରିଯାଇଥିଲା।
ଅଳ୍ପ କିଛି ମିଟର ଦୂରତା ଭିତରେ ବର୍ତ୍ତମାନ ଏହି ଅଞ୍ଚଳରେ ୩ ମଦ ଦୋକାନ ରହିଛି। ଫଳରେ ଅଞ୍ଚଳରେ ଅନେକ ସମୟରେ ବିଶୃଙ୍ଖଳା ଦେଖିବାକୁ ମିଳୁଛି। ନିଶାସକ୍ତମାନେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି, ଯାହାକୁ ନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ଆଖପାଖ ଅଞ୍ଚଳରେ ଅନେକ ବଡ଼ ବଡ଼ ଶିକ୍ଷାନୁଷ୍ଠାନ ରହିଛି। ଲୋକମାନେ ବସବାସ କରୁଛନ୍ତି । ଅନେକ ସରକାରୀ କାର୍ଯ୍ୟାଳୟ ମଧ୍ୟ ରହିଛି। ଆଗାମୀ ଦିନରେ ଅମୃତ ଯୋଜନାରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ ହେବ। ଏଣୁ ପ୍ରସ୍ତାବିତ ମଦ ଦୋକାନ ପାଇଁ ଅନୁମତି ନ ଦେବାକୁ ଅଞ୍ଚଳବାସୀଙ୍କ ତରଫରୁ ଦାବି କରାଯାଇଛି। ଯଦି ଅନୁମତି ଦିଆଯାଏ, ତେବେ ତୀବ୍ର ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୧ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri