ଆମ୍ବୁଲାନ୍ସରେ ଯାତ୍ରୀ ପରିବହନ: ଚାଳକ, ଯାତ୍ରୀ ଅଟକ

ରାୟଗଡ଼ା ଅଫିସ,୩୦ା୩-କୋଭିଡ୍‌-୧୯ର ଭୟାବହତାକୁ ନଜରରେ ରଖି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ଯାନବାହନ ଚଳାଚଳ ବନ୍ଦ ରହିଛି। ଏଭଳି ପରିସ୍ଥିତିରେ ସୋମବାର ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳର ୬ ଯାତ୍ରୀ ଏକ ଆମ୍ବୁଲାନ୍ସ ଯୋଗେ କୋରାପୁଟ ଜିଲା ଦାମନଯୋଡ଼ି ଯାତ୍ରା କରିବା ସମୟରେ ରାୟଗଡ଼ା ପୋଲିସ ହାତରେ ଧରାପଡ଼ିଛନ୍ତି। ଟାଉନ୍‌ ପୋଲିସ ୬ ଯାତ୍ରୀଙ୍କ ସମେତ ଓଡ଼ଗାଁ ମେଡିକାଲ୍‌ର ଆମ୍ବୁଲାନ୍ସ ଚାଳକ ଲକ୍ଷ୍ମୀ ନାରାୟଣ ସେନାପତିଙ୍କୁ ଅଟକ ରଖିଛି। ସୂଚନା ଅନୁଯାୟୀ, ଯାତ୍ରୀମାନେ ଗାଡ଼ି ଭଡ଼ା କରି ଓଡ଼ଗାଁରୁ ଦାମନାଯାଡ଼ି ବାହାରିଥିଲେ। ହେଲେ ରାସ୍ତାରେ ଗାଡ଼ି ଖରାପ ହୋଇଥିଲା। ଫଳରେ ତୁମୁଡ଼ିବନ୍ଧ ଛକରେ ସେମାନେ ଅଟକିଥିଲେ। ଏହି ସମୟରେ ଓଡ଼ଗାଁ ମେଡିକାଲ୍‌ର ଆମ୍ବୁଲାନ୍ସ(ଓଆର୍‌୦୨କ୍ୟୁ-୫୭୮୭)ଭବାନିପାଟଣାରେ ରୋଗୀଙ୍କୁ ଛାଡ଼ି ଫେରୁଥିଲା। ୩ହଜାର ଟଙ୍କା ଭଡ଼ା ନେଇ ଆମ୍ବୁଲାନ୍ସ ଚାଳକ ସେମାନଙ୍କୁ ଦାମନଯୋଡ଼ିରେ ଛାଡ଼ିବାକୁ ରାଜି ହୋଇଥିଲେ। ହେଲେ ରାୟଗଡ଼ାଠାରେ ପୋଲିସ ସେମାନଙ୍କୁ ଅଟକାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଅଭିଯାନ, ୨୦ରୁ ଉର୍ଦ୍ଧ୍ବ ଅଟକ

ହାଟଡିହୀ/ଛେନାପଦୀ,୧୮।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପୋଲିସ ସର୍ବସାଧାରଣ ସ୍ଥାନରେ ଖୋଲାଖୋଲି ମଦ୍ୟପାନ କରୁଥିବା ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଏକ କାର୍ଯ୍ୟାନୁଷ୍ଠାନ ଅଭିଯାନ ଆରମ୍ଭ କରିଛି…

କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ  । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।…

ପୁଇଁତୋଳାରୁ ତାଇଓ୍ବାନ, ଦେବାଶିଷଙ୍କ ସଫଳତାର ଯାତ୍ରା, ଏମିତି କାମ କରି…

ଗଞ୍ଜାମ,୧୮ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ଦେବାଶିଷ ତରାଇ।। ପୁଇଁତୋଳା ଭଳି ଏକ ଗାଁରୁ ଅନ୍ତର୍ଜାତୀୟ ଶିକ୍ଷା ଓ ଗବେଷଣା ମଞ୍ଚ ପର୍ଯ୍ୟନ୍ତ ଦେବାଶିଷ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri