ଆମ୍ବୁଲାନ୍ସ, ରୋଗୀଙ୍କୁ ଛାଡ଼ିଲେନି ଆନ୍ଦୋଳନକାରୀ

ପାଲଲହଡ଼ା, ୧୨ା୩(ଡି.ଏନ.ଏ.): ୬ ଦଫା ଦାବି ନେଇ ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର କେନ୍ଦୁପତ୍ର ତୋଳାଳିମାନେ ବୁଧବାର ୪୯ନଂ. ଜାତୀୟ ରାଜପଥର ଶିବ ମନ୍ଦିର ଛକ ଓ ୧୪୯ ନଂ. ବାଇପାସ୍‌ ରାସ୍ତା ଅବରୋଧ ବେଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ରୋଗୀ ନେଇ ମେଡିକାଲ ଯାଉଥିବା ଏକ ଆମ୍ବୁଲାନ୍ସ ଓ ଅସୁସ୍ଥ ଶିଶୁକନ୍ୟାକୁ ବାପା ନିଜ ଗାଡ଼ିରେ ଡାକ୍ତରଖାନା ନେଉଥିବା ବେଳେ ସେମାନଙ୍କୁ ଆନ୍ଦୋଳନକାରୀ ଅଟକାଇ ଦେଇଥିଲେ। ବାରମ୍ବାର ଅନୁରୋଧ ସତ୍ତ୍ୱେ ଗାଡ଼ି ଆଗକୁ ନ ଛାଡ଼ିବାରୁ ଶିଶୁକନ୍ୟାକୁ ଧରି ବାପା ଗାଡ଼ିରୁ ବାହାରି ହାତଯୋଡ଼ି ଅନୁରୋଧ କରିଥିଲେ। ଉକ୍ତ ଦୃଶ୍ୟ ଦେଖି ସେଠାରେ ଥିବା ଜନସାଧାରଣ ଏହାର ପ୍ରତିବାଦ କରିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ଅଧଘଣ୍ଟା ପରେ ପୋଲିସ ସହଯୋଗରେ ଗାଡ଼ି ଦୁଇଟି ଡାକ୍ତରଖାନା ଅଭିମୁଖେ ଯାଇଥିଲା।
ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ମୁତାବକ, ୬ ଦଫା ଦାବି ନେଇ କେନ୍ଦୁପତ୍ର ତୋଳାଳିମାନେ ୩ ଘଣ୍ଟା ଧରି ରାସ୍ତା ଅବରୋଧ ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ସମୟରେ ରାଉରକେଲା ପଟୁ ଆସୁଥିବା ଏକ ଆମ୍ବୁଲାନ୍ସ ବାଇପାସ ଦେଇ ଯାଉଥିବାବେଳେ ସେଠାରେ ଆନ୍ଦୋଳନକାରୀ ତାହାକୁ ଅଟକାଇଥିଲେ। ସେହିପରି ଶିଶୁକନ୍ୟାକୁ ନେଇ ମେଡିକାଲ ଯାଉଥିବା ତାଙ୍କ ବାପାଙ୍କ ଗାଡ଼ିକୁ ମଧ୍ୟ ଶିବ ମନ୍ଦିର ନିକଟରେ ଅଟକାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri