ଆରଆଇଙ୍କୁ ଅଟକ ରଖିଲେ ଗ୍ରାମବାସୀ

କଣିହାଁ,୩୧।୧(ଡି.ଏନ.ଏ.) – ଅନୁଗୋଳ ଜିଲା ବଡ଼ଗୁଣ୍ଡୁରୀ ରାଜସ୍ବ ନିରୀକ୍ଷକ ଏକ ଟ୍ରଷ୍ଟ ପାଇଁ ବୁଧବାର ଜଗା ଚିହ୍ନଟ କରିବା ନିମନ୍ତେ ବାରିହାପୁର ଗ୍ରାମକୁ ଯାଇଥିବାବେଳେ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିଲେ। ପରେ ପୋଲିସ ଓ ତହସିଲ ପ୍ରଶାସନ ପହଞ୍ଚି ବୁଝାଶୁଝା କରିବା ପରେ ଗ୍ରାମବାସୀ ଆର୍‌ଆଇଙ୍କୁ ଛାଡ଼ି ଦେଇଥିବା ଜଣାପଡ଼ିଛି।
ସୂଚନା ଅନୁସାରେ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଛେଣ୍ଡିପଦା ବ୍ଲକ ବାଗେଡିଆ ଗ୍ରାମର ଭଜମନ ବେହେରା ଲାଇଭ କେୟାର ଟ୍ରଷ୍ଟ ନାମକ ଏକ ଅନାଥଶ୍ରମ ପାଇଁ କଣିହାଁ ବ୍ଲକ ବଡ଼ତ୍ରିବିଡା ପଞ୍ଚାୟତ ବାରିହାପୁର ଗ୍ରାମରେ ୧ ଏକର ସରକାରୀ ଜାଗା ଲିଜ୍‌ ପାଇଁ କଣିହାଁ ତହସିଲକୁ ଆବେଦନ କରିଥିଲେ। ଏ ନେଇ ବଡ଼ଗୁଣ୍ଡୁରୀ ରାଜସ୍ବ ନିରୀକ୍ଷକ ଗୋପବନ୍ଧୁ ବେହେରା ବୁଧବାର ଅପରାହ୍ନରେ ବାରିହାପୁର ଗ୍ରାମକୁ ଜାଗା ଚିହ୍ନଟ ପାଇଁ ଯାଇଥିଲେ। ଗ୍ରାମବାସୀଙ୍କ ଜୀବିକା ନିର୍ବାହରେ ସହାୟକ ହେଉଥିବା ପୁରୁଣା କାଜୁ ବଗିଚାରେ ଟ୍ରଷ୍ଟ ପାଇଁ ଜାଗା ଚିହ୍ନଟ ହେଉଥିବା ଖବରପାଇ ଶତାଧିକ ମହିଳା ପୁରୁଷ ପହଞ୍ଚି ବିରୋଧ ସହ ଆରଆଇ ଓ ସହକର୍ମୀମାନକୁ ଅଟକ ରଖିଥିଲେ। ଖବରପାଇ ତହସିଲଦାର ଅଂଶୁମାନ ଶତପଥୀ, କଣିହାଁ ଥାନା ଧିକାରୀ ପ୍ରଭାତ ତ୍ରିପାଠୀ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଗ୍ରାମର ଇଞ୍ଚେ ସରକାରୀ ଜାଗା କାହାକୁ ମଧ୍ୟ ଛଡ଼ା ଯିବ ନାହିଁ ବୋଲି ଗ୍ରାମବାସୀ ପ୍ରକାଶ କରିବା ସହ ଉତ୍ତରାଞ୍ଚଳ ରାଜସ୍ବ କମିଶନର ଓ ଜିଲାପାଳଙ୍କୁ ଜଣାଇଥିବା କହିଛନ୍ତି। ଏ ନେଇ କଣିହାଁ ତହସିଲଦାର କହିଛନ୍ତି, ଅନାଥଶ୍ରମ ପାଇଁ ସରକାରୀ ଜାଗା ଲିଜ୍‌ରେ ଦେବାକୁ ଚିହ୍ନଟ ପ୍ରକ୍ରିୟା ଚାଲିଥିବା ବେଳେ ଗ୍ରାମବାସୀ ବିରୋଧ କରି ଆରଆଇଙ୍କୁ ଅଟକ ରଖିଥିଲେ। ଅନାଥଶ୍ରମ ପାଇଁ ଏ ପର୍ଯ୍ୟନ୍ତ କୌଣସି ଜାଗା ପ୍ରଦାନ କରାଯାଇ ନାହିଁ। ଏ ନେଇ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇ ଆଗମୀ ପଦକ୍ଷେପ ନିଆଯିବ। କଣିହାଁ ଆଇଆଇଆସି ପ୍ରଭାତ ତ୍ରିପାଠୀ କହିଛନ୍ତି, ଖବରପାଇ ଯାଇଥିଲୁ। ବୁଝାଶୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri