ଆରକେଭିୱାଇ ସମୀକ୍ଷା ବୈଠକ: ଧାର୍ଯ୍ୟ ସମୟରେ ପ୍ରକଳ୍ପ ସାରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ରାଜ୍ୟ କୃଷି ଉତ୍ପାଦନ କମିଶନର(ଏପିସି) ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା(ଆରକେଭିୱାଇ) ସମ୍ପର୍କିତ ପ୍ରକଳ୍ପ ସ୍କ୍ରିନିଂ କମିଟି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ କୃଷି ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ରରେ ଜାରି ରହିଥିବା ପ୍ରକଳ୍ପଗୁଡିକ ସମ୍ପର୍କରେ ଆଲୋଚନା ହୋଇଥିଲା। ଧାର୍ଯ୍ୟ ସମୟରେ ଏହି ପ୍ରକଳ୍ପଗୁଡିକ ସାରିବା ପାଇଁ କମିଶନର ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିଟି ପ୍ରକଳ୍ପର ସମୀକ୍ଷା କରିବା ସହ ଆସନ୍ତା ଅକ୍ଟୋବର ଶେଷସୁଦ୍ଧା କେନ୍ଦ୍ର ସରକାରଙ୍କଠାରୁ ଦ୍ୱିତୀୟ କିସ୍ତି ଟଙ୍କା ପାଇବା ପାଇଁ ଆବଶ୍ୟକ କାଗଜପତ୍ର ଦାଖଲ କରିବାକୁ କୁହାଯାଇଛି।
ସେହିପରି କୃଷି ବିଭାଗ ପ୍ରମୁଖ ସଚିବ ଡକ୍ଟର ସୌରଭ ଗର୍ଗ ଆରକେଭିୱାଇ ଯୋଜନାରେ ରହିଥିବା ଅର୍ଥକୁ ବ୍ୟବହାର କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ସେହିପରି ଏହି ଯୋଜନା ଅଧିନରେ ହେଉଥିବା କାର୍ଯ୍ୟକ୍ରମଗୁଡିକର ଜିଓ ଟ୍ୟାଗିଂ ଉପରେ ଗୁରୁତ୍ୱ ଦିଆଯାଇଛି। ଆରକେଭିୱାଇ ଯୋଜନାଟି ୨୦୦୭ରେ କୃଷି ଓ ଏହାର ଆନୁଷଙ୍ଗିକ କ୍ଷେତ୍ରଗୁଡିକର ସର୍ବାଙ୍ଗୀନ ବିକାଶକୁ ଲକ୍ଷ୍ୟ ରଖି କରାଯାଇଥିଲା। ଏହା ରାଜ୍ୟରେ ଲାଗୁ ହେବାଠାରୁ ୫୦୦ଟି ପ୍ରକଳ୍ପ ସମାପ୍ତ ହୋଇଛି। ସେହିପରି ବର୍ତ୍ତମାନ ଏହା ଅଧିନରେ ୨୬୭ ପ୍ରକଳ୍ପ କାର୍ଯ୍ୟ ଜାରି ରହିଥିବା ଜଣାପଡିଛି। ଏହି ବୈଠକକୁ କୃଷି ବିଭାଗ ଅତିରିକ୍ତ ସଚିବ ମନ୍ମଥ ପାଣି ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ବିଭାଗ କମିଶନର ତଥା ସଚିବ ଏସ୍‌ ରଘୁପ୍ରସାଦ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ମୁଥୁ କୁମାର ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri