ଆରକେଭିୱାଇ ସମୀକ୍ଷା ବୈଠକ: ଧାର୍ଯ୍ୟ ସମୟରେ ପ୍ରକଳ୍ପ ସାରିବା ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୧୯ା୯(ବ୍ୟୁରୋ)- ରାଜ୍ୟ କୃଷି ଉତ୍ପାଦନ କମିଶନର(ଏପିସି) ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା(ଆରକେଭିୱାଇ) ସମ୍ପର୍କିତ ପ୍ରକଳ୍ପ ସ୍କ୍ରିନିଂ କମିଟି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ କୃଷି ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ରରେ ଜାରି ରହିଥିବା ପ୍ରକଳ୍ପଗୁଡିକ ସମ୍ପର୍କରେ ଆଲୋଚନା ହୋଇଥିଲା। ଧାର୍ଯ୍ୟ ସମୟରେ ଏହି ପ୍ରକଳ୍ପଗୁଡିକ ସାରିବା ପାଇଁ କମିଶନର ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିଟି ପ୍ରକଳ୍ପର ସମୀକ୍ଷା କରିବା ସହ ଆସନ୍ତା ଅକ୍ଟୋବର ଶେଷସୁଦ୍ଧା କେନ୍ଦ୍ର ସରକାରଙ୍କଠାରୁ ଦ୍ୱିତୀୟ କିସ୍ତି ଟଙ୍କା ପାଇବା ପାଇଁ ଆବଶ୍ୟକ କାଗଜପତ୍ର ଦାଖଲ କରିବାକୁ କୁହାଯାଇଛି।
ସେହିପରି କୃଷି ବିଭାଗ ପ୍ରମୁଖ ସଚିବ ଡକ୍ଟର ସୌରଭ ଗର୍ଗ ଆରକେଭିୱାଇ ଯୋଜନାରେ ରହିଥିବା ଅର୍ଥକୁ ବ୍ୟବହାର କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ସେହିପରି ଏହି ଯୋଜନା ଅଧିନରେ ହେଉଥିବା କାର୍ଯ୍ୟକ୍ରମଗୁଡିକର ଜିଓ ଟ୍ୟାଗିଂ ଉପରେ ଗୁରୁତ୍ୱ ଦିଆଯାଇଛି। ଆରକେଭିୱାଇ ଯୋଜନାଟି ୨୦୦୭ରେ କୃଷି ଓ ଏହାର ଆନୁଷଙ୍ଗିକ କ୍ଷେତ୍ରଗୁଡିକର ସର୍ବାଙ୍ଗୀନ ବିକାଶକୁ ଲକ୍ଷ୍ୟ ରଖି କରାଯାଇଥିଲା। ଏହା ରାଜ୍ୟରେ ଲାଗୁ ହେବାଠାରୁ ୫୦୦ଟି ପ୍ରକଳ୍ପ ସମାପ୍ତ ହୋଇଛି। ସେହିପରି ବର୍ତ୍ତମାନ ଏହା ଅଧିନରେ ୨୬୭ ପ୍ରକଳ୍ପ କାର୍ଯ୍ୟ ଜାରି ରହିଥିବା ଜଣାପଡିଛି। ଏହି ବୈଠକକୁ କୃଷି ବିଭାଗ ଅତିରିକ୍ତ ସଚିବ ମନ୍ମଥ ପାଣି ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ବିଭାଗ କମିଶନର ତଥା ସଚିବ ଏସ୍‌ ରଘୁପ୍ରସାଦ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ମୁଥୁ କୁମାର ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri