ଆରଟିଓ କାର୍ଯ୍ୟାଳୟ ପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ

ଚଣ୍ଡିଖୋଲ,୪ା୧୦(ଡି.ଏନ୍‌.ଏ.): ରାଜ୍ୟରେ ଥିବା ସମସ୍ତ ଆରଟିଓ(ରିଜିଓନାଲ ଟ୍ରାନ୍ସପୋର୍ଟ ଅଫିସ) କାର୍ଯ୍ୟାଳୟକୁ ଦଲାଲ ମୁକ୍ତ କରିବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି କ୍ରମରେ ଆର୍‌ଟିଓ କାର୍ଯ୍ୟାଳୟ ଚତୁଃପାର୍ଶ୍ୱରେ ଦଲାଲମାନଙ୍କ ଦ୍ୱାରା ପ୍ରତିଷ୍ଠା କରାଯାଇଥିବା ଚାଳିଆ ଘର ଉଚ୍ଛେଦ କରାଯିବା ସହ ଦଲାଲ ମୁକ୍ତ କରିବା ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏହାକୁ ନେଇ ଯାଜପୁର ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଗୁରୁବାର ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ଏସ୍‌ପି ଚରଣ ସିଂ ମିନାଙ୍କ ଉପସ୍ଥିତିରେ ଚଣ୍ଡିଖୋଲ ଆରଟିଓ କାର୍ଯ୍ୟାଳୟ ଚତୁଃପାର୍ଶ୍ୱରୁ ଦଲାଲମାନଙ୍କର ଅସ୍ଥାୟୀ ଘରଗୁଡ଼ିକୁ ଭଙ୍ଗା ଯାଇଛି। ଏପରିକି ଆରଟିଓ କାର୍ଯ୍ୟାଳୟ ସମ୍ମୁଖରେ ଜବରଦଖଲ କରିଥିବା ଛୋଟ ଛୋଟ ଦୋକାନୀଙ୍କ କ୍ୟାବିନ ଓ ଅସ୍ଥାୟୀ ଘରଗୁଡ଼ିକୁ ମଧ୍ୟ ଉଚ୍ଛେଦ କରାଯାଇଛି। କାର୍ଯ୍ୟାଳୟଠାରୁ ୨ଶହ ମିଟର ପର୍ଯ୍ୟନ୍ତ ଗଢି ଉଠିଥିବା ବେଆଇନ ଜବରଦଖଲକୁ ଜେସିବି ସହାୟତାରେ ଭଙ୍ଗା ଯାଇଥିଲା। ଏହି ଉଚ୍ଛେଦ ବେଳେ ଜିଲାପାଳଓ ଏସ୍‌ପିଙ୍କ ସହ ଉପ-ଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ବଡ଼ଚଣା ଥାନା ଅଧିକାରୀ ଦୀପକ କୁମାର ଜେନାଙ୍କ ସମେତ ଏକ ପ୍ଲାଟୁନ ପୋଲିସ ବାହିନୀ ଉପସ୍ଥିତ ଥିଲେ। ତେବେ ଜବର ଦଖଲ ଉଚ୍ଛେଦ ହୋଇଥିବା ସ୍ଥାନରେ ଗଛ ଲଗାଇବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri