ଆରଡ଼ିରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

ଆରଡି, ୨୭ା୧୧(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଆରଡିକୁ ପ୍ଲାଷ୍ଟିକ ମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି ା ମଙ୍ଗଳବାର ପୂର୍ବାହ୍ଣରେ ଏହି ଉପଲକ୍ଷେ ଏକ ସଚେତନତା ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ଜିଲା ଜଜ କୋର୍ଟର ବିଚାରପତି ଏସ.କେ. ରଥ ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ ା ତାଙ୍କ ସହ ଭଦ୍ରକ ଉପଜିଲାପାଳ ତଥା ମ୍ୟାନେଜିଂ ଟ୍ରଷ୍ଟି ପୀତାମ୍ବର ସାମଲ ସମାରୋହରେ ଯୋଗ ଦେଇଥିଲେ ା
ଆରଡି ବସ୍‌ଷ୍ଟାଣ୍ଡରୁ ସରପଞ୍ଚ ଅରବିନ୍ଦ ପାଢୀଙ୍କ ନେତୃତ୍ୱରେ ପଞ୍ଚାୟତର ଶହଶହ ବ୍ୟକ୍ତି, ଅଙ୍ଗନଓାଡି କର୍ମୀ, ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା, ଆଖଣ୍ଡଳମଣି ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର, ସ୍ଥାନୀୟ ବାବାମଣି ଡିଗ୍ରୀ କଲେଜ, ଆଖଣ୍ଡଳମଣି ମହାବିଦ୍ୟାଳୟର ଛାତ୍ରୀଛାତ୍ର ଶୋଭାଯାତ୍ରାରେ ବାହାରି ବଜାର ପରିକ୍ରମା କରିି ଜନସଚେତନତା ସୃଷ୍ଟି କରିଥିଲେ ା ଆରଡି ପୀଠକୁ ପ୍ଲାଷ୍ଟିକ ମୁକ୍ତ ରଖିବା ଲାଗି ସ୍ଥାନୀୟ ଜନସାଧାରଣ, ବ୍ୟବସାୟୀ ଓ ଶ୍ରଦ୍ଧାଳୁମାନଙ୍କର ସହଯୋଗ ଆବଶ୍ୟକ ବୋଲି ଉଦ୍‌ଘାଟକ କହିଥିଲେ ା ପୀଠକୁ କେବଳ ପ୍ଲାଷ୍ଟିକ ମୁକ୍ତ ନୁହେଁ ଏହାକୁ ପରିଷ୍କାର ପରିଚ୍ଛନ୍ନ ରଖିବାକୁ ସମସ୍ତେ ଶପଥ ନେବା ଆବଶ୍ୟକ ବୋଲି ଉପଜିଲାପାଳ କହିଥିଲେ। ଧୂଷୁରୀ ଥାନାଧିକାରୀ ପ୍ରଫୁଲ୍ଲ କୁମାର ସିଂ, ଆରଡି ଫାଣ୍ଡି ଅଧିକାରୀ ପ୍ରଦୀପ ନାୟକ, ଆରଡି ରାଜସ୍ବ ନିରୀକ୍ଷକ ଦେବାଶିଷ ରାୟ, ଜିଆରଏସ ସତ୍ୟ ରଞ୍ଜନ ପତି, ଆରଡି ସମିତି ସଭ୍ୟା ସବିତା ପାଢୀ, ବିଜୟ କୁମାର ଦାଶ, ଆଶିଷ ପାଢୀ, ଗିରିଶ ପାଢୀ, ସଞ୍ଜୟ ପାଢୀ, ବିଭୂତି ପାଢୀ ପ୍ରମୁଖ ପ୍ଲାଷ୍ଟିକମୁକ୍ତ ସଚେତନତା ଶୋଭାଯାତ୍ରାରେ ସାମିଲ ହୋଇଥିଲେ ା ପ୍ଲାଷ୍ଟିକ ମୁକ୍ତ ପରିବେଶ ଗଠନ ସାଙ୍ଗକୁ ଏହି ପୀଠକୁ ଅଳିଆ ମୁକ୍ତ କରିବାକୁ ଏହି ଅବସରରେ ଲୋକେ ସଂକଳ୍ପ ନେଇଥିଲେ ା
ଉଲ୍ଲେଖନୀୟ ଯେ, ସୋମବାରଠାରୁ ଆରଡିରେ ପ୍ଲାଷ୍ଟିକ ବ୍ୟବହାର ଉପରେ ପୂର୍ଣ୍ଣ କଟକଣା ଲଗାଯାଇଛି ା ଏଣୁ ମଙ୍ଗଳବାରଠାରୁ ଭୋଗ ଦୋକାନୀମାନେ ପ୍ଲାଷ୍ଟିକ ଥଳି ବଦଳରେ ଶାଳପତ୍ର ନିର୍ମିତ ଠୁଙ୍ଗା ତିଆରି କରି ବାଙ୍କ ପାଖରେ ନୈବେଦ୍ୟ ଅର୍ପଣ କରୁଥିବା ଦେଖିବାକୁ ମିଳିଛି ା ଖାଲି ଆରଡିର ଜନସାଧାରଣ ନୁହନ୍ତି, ସ୍ଥାନୀୟ ଅଞ୍ଚଳର ବହୁ ବ୍ୟକ୍ତି ଏ ପ୍ରକାର ଜନସଚେତନ କାର୍ଯ୍ୟକ୍ରମକୁ ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri