ଆରପାରିରେ ନାଟ୍ୟକାର ବିଜୟ ମିଶ୍ର: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ଓ ନାଟ୍ୟକାର ଡ. ବିଜୟ ମିଶ୍ର ଆଉ ନାହାନ୍ତି। ରବିବାର ଅପରାହ୍ନରେ ସେ ଚିରଦିନ ପାଇଁ ଆଖି ବୁଜିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ଗତ କିଛିଦିନ ହେଲା ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରର ଏକ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଥିଲେ। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ପୁଅ ଅରିନ୍ଦମ ମିଶ୍ର ସୂଚନା ଦେଇଛନ୍ତି।
ଓଡ଼ିଆ ମଞ୍ଚ, ଚଳଚ୍ଚିତ୍ର ଓ ସାହିତ୍ୟ ଜଗତର ଏହି ବିରଳ ବ୍ୟକ୍ତିତ୍ୱ ଦୀର୍ଘ ୬ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ବିଭିନ୍ନ ମାଧ୍ୟମରେ ଓଡ଼ିଶାବାସୀଙ୍କର ମନୋରଞ୍ଜନ କରିଥିଲେ। ୧୯୭୨ରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଚିରସବୁଜ ସିନେମା ‘ଯାଯାବର’ ମାଧ୍ୟମରେ ଫିଲ୍ମ ଦୁନିଆରେ ପାଦ ଦେଇଥିବା ବିଜୟ ଏହି ଫିଲ୍ମର କାହାଣୀ, ଚିତ୍ରନାଟ୍ୟ ଓ ସଂଳାପ ଲେଖିବା ସହ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ। ୬୦ରୁ ଊର୍ଦ୍ଧ୍ୱ ଓଡ଼ିଆ ସିନେମାର କାହାଣୀ ଲେଖିଥିବା ବିଜୟ ମଞ୍ଚନାଟକ, ପ୍ରାମାଣିକ ଚଳଚ୍ଚିତ୍ର, ଧାରାବାହିକ ଜଗତ ସହ ମଧ୍ୟ ଓତପ୍ରୋତ ଭାବେ ଜଡ଼ିତ ଥିଲେ। ୬୦ରୁ ଊର୍ଦ୍ଧ୍ୱ ନାଟକ ସହ ୭ଟି ଧାରାବାହିକ ରଚନା କରିଥିଲେ। ‘ରଜନୀଗନ୍ଧା’, ‘ସୁନା ଚଢ଼େଇ’, ‘ହାକିମ ବାବୁ’, ‘ବୋଉ’, ‘ଲକ୍ଷେ ଶିବ ପୂଜି ପାଇଛି ପୁଅ’, ‘ପଞ୍ଜୁରୀ ଭିତରେ ଶାରୀ’, ‘ପରଦେଶୀ ଚଢ଼େଇ’, ‘ସପନ ବଣିକ’, ଡୋରା’, ‘ଜନନୀ’ ଭଳି ଫିଲ୍ମର ସଂଳାପ ରଚନା କରିଥିଲେ। ତାଙ୍କ ନାଟକ ‘ତଟ ନିରଞ୍ଜନା’ ବିଭିନ୍ନ ଭାଷାରେ ଅନୁଦିତ ହୋଇଥିଲା।
୧୯୩୫ ଜୁଲାଇ ୧୬ରେ ବାଲେଶ୍ୱର ଜିଲା ସନ୍ତରାଗଡ଼ିଆରେ ଜନ୍ମଗ୍ରହଣ କରିଥିବା ମିଶ୍ର ୨୦୧୮ ମସିହା ପାଇଁ ଓଡ଼ିଆ ଚଳଚ୍ଚିତ୍ର କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ ପାଇଥିଲେ। ସଂଳାପ ରଚନା ଓ ଚଳଚ୍ଚିତ୍ର ନିର୍ଦ୍ଦେଶନା କ୍ଷେତ୍ରରେ ଜୀବନବ୍ୟାପୀ ସାଧନା ପାଇଁ ତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା। ଏହାବ୍ୟତୀତ ସେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର, ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବାଇସ୍କୋପ ପୁରସ୍କାର ଭଳି ସମ୍ମାନଜନକ ପୁରସ୍କାରର ଅଧିକାରୀ ଥିଲେ।
ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଡ. ବିଜୟ ମିଶ୍ରଙ୍କ ବିୟୋଗରେ ଓଡ଼ିଆ ନାଟ୍ୟ, ଚଳଚ୍ଚିତ୍ର ଓ ସାହିତ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଥିବାବେଳେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ସମକାଳୀନ ନାଟ୍ୟଜଗତର ବିଜୟ ମିଶ୍ର ଜଣେ ଖ୍ୟାତନାମା ନାଟ୍ୟକାର ଥିଲେ। ଓଡ଼ିଆ ସାହିତ୍ୟ ଓ ଚଳଚ୍ଚିତ୍ର ଜଗତକୁ ତାଙ୍କର ଉଲ୍ଲେଖନୀୟ ଅବଦାନ ରହିଥିଲା ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ ଉଲ୍ଲେଖ କରିଛନ୍ତି। ସେହିଭଳି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri