ଆରମ୍ଭରୁ କମିଲା, ୨୫ରୁ ବର୍ଷିବ

ଭୁବନେଶ୍ୱର, ୨୪ା୬(ବ୍ୟୁରୋ): ଏ ବର୍ଷ ବିଳମ୍ବରେ ଓଡ଼ିଶାରେ ପହଞ୍ଚତ୍ଛି ମୌସୁମୀ। ପ୍ରତିବର୍ଷ ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ଛୁଇଁଥାଏ। କିନ୍ତୁ ଏଥର ଚତୁର୍ଥ ସପ୍ତାହରେ ମୌସୁମୀ ପହଞ୍ଚତ୍ବା ପରେ ତାତି ଓ ଗୁଳୁଗୁଳିରେ ଛଟପଟ ହେଉଥିବା ଓଡ଼ିଶାବାସୀ ଆଶ୍ୱସ୍ତ ହୋଇଥିଲେ। ମୌସୁମୀ ଛୁଇଁବା ପରେ ତିନିଦିନ ଲଗାତର ବର୍ଷିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିଲା। କିନ୍ତୁ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଛତିଶଗଡ଼ରେ ପହଞ୍ଚତ୍ବା ସହ ଟ୍ରପ୍‌ ଲାଇନ୍‌ ଦେଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଥିବାରୁ ରାଜ୍ୟରେ ବର୍ଷାର ପରିମାଣ କମିଛି। ରବିବାର ମଧ୍ୟ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହୋଇନାହିଁ। ସୋମବାର ରାଜ୍ୟର ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ। ତେବେ ୨୫ ତାରିଖରୁ ୩ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ମିଳିଥିବା ସୂଚନାନୁସାରେ, ୨୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ। ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲାରେ କାଳବୈଶାଖୀ ହେବ। ସେହିପରି ୨୬ ତାରିଖ ଦିନ ଉପକୂଳ ଓଡ଼ିଶା ସହ ଢେଙ୍କାନାଳ, କଳାହାଣ୍ଡି ଓ କନ୍ଧମାଳ ଏବଂ ୨୭ ତାରିଖରେ ସୁନ୍ଦରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ବଲାଙ୍ଗୀର, ସୋନପୁର, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲାରେ କାଳବୈଶାଖୀ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ତେବେ ୨୮ ତାରିଖରୁ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ରବିବାର ସନ୍ଧ୍ୟା ସୁଦ୍ଧା ମାଲକାନଗିରିରେ ସର୍ବାଧିକ ୩୧ ମିମି ବର୍ଷା ହୋଇଥିବାବେଳେ ଭୁବନେଶ୍ୱର ଓ କେନ୍ଦୁଝରରେ ସର୍ବନିମ୍ନ ୦.୩ ମିମି ବର୍ଷା ହୋଇଛି। ସେହିପରି ସମ୍ବଲପୁର ୧୩ ମିମି, କଟକ ୯.୨ ମିିମି, କୋରାପୁଟ ୮ ମିମି, ବାରିପଦା ୩.୨ ମିମି, ସୁନ୍ଦରଗଡ଼ ୨ ମିମି, ଝାରସୁଗୁଡ଼ା ୧ ମିମି, ବାଲେଶ୍ୱର ୦.୫ ମିମି, ଚାନ୍ଦବାଲି ଓ ଅନୁଗୋଳ ୦.୬ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri