ଆରମ୍ଭ ହେବ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ

ଅଯୋଧ୍ୟା,୮।୬: ବହୁ ପ୍ରତିକ୍ଷୀତ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟକୁ ନେଇ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ବୁଧବାର କୁବେର ଟିଲା ମନ୍ଦିରରେ ରୀତିନୀତି ଅନୁସାରେ ରୁଦ୍ରାଭିଷେକ ସମାରୋହ ଆୟୋଜନ କରାଯିବା ପରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। କିନ୍ତୁ ଏହି ସମାରୋହରେ ସୀମିତ ସଂଖ୍ୟାରେ ଲୋକ ସାମିଲ ହେବେ ବୋଲି ଜଣାପଡ଼ିଛି। ପୂର୍ବରୁ ବହୁ ଆଡ଼ମ୍ବରରେ ଭୂମିପୂଜା ସମାରୋହ ଆୟୋଜନ ପାଇଁ ଯୋଜନା କରାଯାଇଥିଲା। କିନ୍ତୁ କରୋନା ସଙ୍କଟକୁ ଦୃଷ୍ଟିରେ ରଖି ବର୍ତ୍ତମାନ ଏହି ଯୋଜନାକୁ ସ୍ଥଗିତ ରଖାଯାଇଥିବା ନେଇ ସୂଚନା ରହିଛି। ଏନେଇ ଶ୍ରୀ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ମୁଖପାତ୍ର ମହନ୍ତ କମଳ ନୟନ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମନ୍ଦିର ନିର୍ମାଣ କାର୍ଯ୍ୟ ଜୁନ ୧୦ରେ ରୁଦ୍ରାଭିଷେକ ପରେ ଆରମ୍ଭ ହେବ। ସୂଚନାଯୋଗ୍ୟ, କରୋନା ଲକ୍‌ଡାଉନ ଯୋଗୁ ସବୁ ମନ୍ଦିର ବନ୍ଦ ରହିଥିବା ବେଳେ ଦୀର୍ଘ ୭୭ଦିନ ପରେ ରାମ ଜନ୍ମଭୂମିରେ ଥିବା ଅସ୍ଥାୟୀ ମନ୍ଦିରମାନ ସୋମବାର ଖୋଲିଛି। ସକାଳ ୮ଟାରୁ ଦ୍ୱିପ୍ରହର ୧ଟା ପର୍ଯ୍ୟନ୍ତ ଏବଂ ଅପରାହ୍ନ ୩ଟାରୁ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ମନ୍ଦିର ଖୋଲିଯିବ ବୋଲି ସୂଚନା ମିଳିଛି। ଏହି ସମୟରେ ଭକ୍ତମାନେ ଭଗବାନ ରାମଙ୍କ ଆରାଧନା କରିପାରିବେ। ହେଲେ ଏଥିପାଇଁ ମଧ୍ୟ ପ୍ରଶାସନ ପକ୍ଷରୁ କେତେକ ଗାଇଡ୍‌ଲାଇନ୍ସ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri