ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେଇ ନବୀନ କହିଛନ୍ତି, ଲୋକଙ୍କ ସେବା ପାଇଁ ହିଁ ସରକାର ଚାଲିଛି। ତେଣୁ ଲୋକଙ୍କ ମତାମତ ନେବା ଆମ କର୍ତ୍ତବ୍ୟ। ଏଥିପାଇଁ ଆମେ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରାଯିବ। ଆସନ୍ତା ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ରାଜ୍ୟର ସମସ୍ତ ଥାନା ଓ ହସ୍ପିଟାଲଗୁଡିକରେ ଫାଇଭ ଟି(୫ଟି) କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ସବୁ ଲୋକଙ୍କ ସହ ନିଜେ ମୁଖ୍ୟମନ୍ତ୍ରୀ ସିଧାସଳଖ କଥା ହେବେ। ବିଭାଗୀୟ ମନ୍ତ୍ରୀମାନେ ମଧ୍ୟ ଲୋକଙ୍କୁ ସମସ୍ୟା ବିଷୟରେ ପଚାରି ବୁଝିବେ। ୨୦୨୦ ମାର୍ଚ୍ଚ ୫ ସୁଦ୍ଧା ସବୁ ବିଭାଗ ଏହାକୁ କାର୍ଯ୍ୟକାରୀ କରିବେ। ଯେଉଁ ଗ୍ରାମକୁ ଏପର୍ଯ୍ୟନ୍ତ ବିଜୁଳି ପହଞ୍ଚିପାରିନି, ଏନେଇ ଗ୍ରାମବାସୀମାନେ ଉକ୍ତ ପଞ୍ଚାୟତକୁ ଏକ ଦରଖାସ୍ତ ଦେଲେ ୪୮ ଘଣ୍ଟା ଭିତରେ ସେଠାରେ ବିଜୁଳି ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri