Posted inଜାତୀୟ

ଆରମ୍ଭ ହେଲା ଅଟଳ ଭୂଜଳ ଯୋଜନା: ୮ ହଜାରରୁ ଅଧିକ ଗାଁରେ ପହଞ୍ଚିବ ପିଇବା ପାଣି

ନୂଆଦିଲ୍ଲୀ,୨୫।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୯୫ତମ ଜୟନ୍ତୀ ଅବସରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଟଳ ଭୂଜଳ ଯୋଜନା ଆରମ୍ଭ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଦିଲ୍ଲୀର ବିଜ୍ଞାନ ଭବନରେ ଏହି ଉପଲକ୍ଷେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ଅଟଳ ବିହାରୀଙ୍କ ସ୍ବପ୍ନ ସତ୍ୟରେ ପରିଣତ ହୋଇଛି। ଏହି ଯୋଜନା ଅନ୍ତର୍ଗତ ଦେଶର ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ, ହରିୟାଣା, ରାଜସ୍ଥାନ ଏବଂ ମହାରାଷ୍ଟ୍ର ଆଦି ୬ଟି ରାଜ୍ୟର ୮ ହଜାର ୩ ଶହ ୫୦ ଗାଁରେ ପିଇବା ପାଣି ପହଞ୍ଚି ପାରିବ। ଏହାଦ୍ୱାରା ହଜାର ହଜାର ଲୋକେ ଉପକୃତ ହୋଇପାରିବେ। ଏହି ଅବସରରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ କହିଛନ୍ତି ଯେ, ଦେଶର ଅର୍ଥବ୍ୟବସ୍ଥା ଭୂଜଳ ଉପରେ ନିର୍ଭର କରିଥାଏ। କେନ୍ଦ୍ର ସରକାର ଏହାର ସଂରକ୍ଷଣ ନେଇ ବିଭିନ୍ନ ଉଦ୍ୟମ ଅବ୍ୟାହତ ରଖିଥିବା ରାଜନାଥ କହିଛନ୍ତି। ଏହି ଯୋଜନାରେ ୬ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ। ସେଥିମଧ୍ୟରୁ ୩ ହଜାର କୋଟି ଟଙ୍କା ବିଶ୍ୱବ୍ୟାଙ୍କ ଖର୍ଚ୍ଚ କରିବ। ସେହିପରି ଭାରତ ସରକାର ଅବଶିଷ୍ଟ ୩ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ…

ଇରାନ- ଆମେରିକା ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସକାଳୁ ସକାଳୁ ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri